କଟକ: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ସମୀର ଦେ’ଙ୍କର ପରଲୋକ ଘଟିଛି। ସୋମବାର ଦିନ ୨ଟା ୧୦ ମିନିଟରେ ତାଙ୍କର ଦେହାନ୍ତ ହୋଇଛି। ବରିଷ୍ଠ ଭାଜପା ନେତା ସମୀର ଦେ’ଙ୍କ କଟକର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ପରଲୋକ ନେଇ ଘରୋଇ ହସ୍ପିଟାଲ ଡାକ୍ତର ସୂଚନା ଦେଇଛନ୍ତି। ଅସୁସ୍ଥ ଥାଇ ଦୀର୍ଘଦିନରୁ ଚିକିତ୍ସାଧୀନ ଥିଲେ ସମୀର। ନିମୋନିଆ, କିଡ଼ନୀ, ରକ୍ତଚାପ ଜନିତ ରୋଗରେ ଆକ୍ରାନ୍ତ ଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳି ଯାଇଛି।
କିଛି ବର୍ଷ ପୂର୍ବେ ତାଙ୍କର କିଡ୍ନୀ ପ୍ରତିରୋପଣ କରାଯାଇଥିଲା। ସିଡିଏସ୍ଥିତ ଘରୋଇ ଡାକ୍ତରଖାନାଠାରେ ଚିକିତ୍ସକମାନେ ଅକ୍ଳାନ୍ତ ପରିଶ୍ରମ ସତ୍ବେ ତାଙ୍କ ଜୀବନ ରକ୍ଷା କରିପାରିଲେ ନାହିଁ। ସ୍ବର୍ଗତ ଦେ’ଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବାପରେ ବହୁ ବିଶିଷ୍ଟ ବ୍ୟକ୍ତି ଡାକ୍ତରଖାନାରେ ପହଞ୍ଚିଛନ୍ତି।
ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ଭାଜପା ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ। ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ସେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରରେ ନଗର ଉନ୍ନୟନ ମନ୍ତ୍ରୀ ଥିଲେ। ସେହିପରି ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ସେ ଉଚ୍ଚଶିକ୍ଷା ମନ୍ତ୍ରୀ ହୋଇଥିଲେ।
ପ୍ରମୁଖ ଖବର
ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହେଲା
୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ
୩ ଓ ୪ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଓ କୋରାପୁଟ କୁ ରେଡ ଆଲର୍ଟ ଜାରି
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦୁଇରୁ ତିନି ଦିନ ଭିତରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଓଡ଼ିଶା କାର୍ଯ୍ୟକ୍ରମ ବାତିଲ
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଓଡ଼ିଶା ଆସିଥାନ୍ତେ
ପରବର୍ତ୍ତୀ ସମୟରେ ପୁଣି ଥରେ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ