ପ୍ରମୁଖ ଖବର

ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହେଲା
୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ
୩ ଓ ୪ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଓ କୋରାପୁଟ କୁ ରେଡ ଆଲର୍ଟ ଜାରି
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦୁଇରୁ ତିନି ଦିନ ଭିତରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଓଡ଼ିଶା କାର୍ଯ୍ୟକ୍ରମ ବାତିଲ
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଓଡ଼ିଶା ଆସିଥାନ୍ତେ
ପରବର୍ତ୍ତୀ ସମୟରେ ପୁଣି ଥରେ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ଆମ୍ବ ଟାକୁଆ ଜାଉ ଖାଇ ଆଉ ଜଣେ ମହିଳା ମୃତ

0

କଟକ: ଆମ୍ବ ଟାକୁଆ ଜାଉ ଖାଇ ଅସୁସ୍ଥ ଆଉ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। କଟକ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ କନ୍ଧମାଳ ଜିଲା ମାଣ୍ଡିପଙ୍କାର ଜିତା ମାଝୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଗତ ୨ରେ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ଏମକେସିଜି ମେଡ଼ିକାଲ କଲେଜରୁ କଟକ ଏସସିବି ମେଡ଼ିକାଲ କଲେଜ ଅଣାଯାଇଥିଲା। ପୂର୍ବରୁ ଏମକେସିଜିରେ ୨ଜଣଙ୍କ ମୃତ୍ୟୁ ହୋଇଥିଲା, ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି। କଟକ ଏସସିବିରେ ଏବେ ବି ଜଣେ ଗୁରୁତରଙ୍କ ଚିକିତ୍ସା ଜାରି ରହିଛି।

ଆମ୍ବ କୋଇଲି ଜାଉ ଖାଇବା ପରେ ଗୁରୁତର ଅସୁସ୍ଥ ହୋଇ ଗତ ୨ ତାରିଖରେ ଜିତାଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କୁ ମେଡିସିନ ବିଭାଗର ଆଇସିୟୁରେ ରଖାଯାଇଥିଲା। ସେଠାରେ ଭେଣ୍ଟିଲେଟର ସହାୟତାରେ ତାଙ୍କର ହେମୋ ଡାୟଲିସିସ କରାଯାଉଥିଲା। ହେଲେ ଡାକ୍ତରି ଟିମ୍ ର ଶତ ଚେଷ୍ଟା ପରେ ମଧ୍ୟ ସେମାନେ ଜିତାକୁ ବଞ୍ଚାଇବାରେ ଅସମର୍ଥ ହୋଇଥିଲେ। ଆଜି ଅପରାହ୍ନ ୨ଟା ୩୫ ମିନିଟରେ ତାଙ୍କର ମୃତ୍ୟୁ ହୋଇଥିବା ମେଡ଼ିକାଲ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏହି ଘଟଣାରେ ଆଉ ଜଣେ ଏବେ ମଧ୍ୟ ଏସସିବି ମେଡ଼ିକାଲରେ ଚିକିତ୍ସାଧୀନ ଅଛନ୍ତି।

ସୂଚନାଯୋଗ୍ୟ, ଆମ୍ବ କୋଇଲି ଜାଉ ଖାଇ ପୂର୍ବରୁ ବ୍ରହ୍ମପୁରର ଏମକେସିଜି ମେଡିକାଲ କଲେଜ ଓ ହସ୍‌ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ୨ ଜଣଙ୍କ ଜୀବନ ଯାଇଥିଲା। ଏହି ପ୍ରସଙ୍ଗ ପାଇଁ ରାଜ୍ୟ ରାଜନୀତିରେ ତମ୍ବିତୋଫାନ ଦେଖିବାକୁ ମିଳିଛି। ଅନ୍ୟପକ୍ଷରେ ଗତ ୫ ତାରିଖରେ ସରକାର ଏହି ଘଟଣାର ଆରଡିସି ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ।

Leave A Reply

Your email address will not be published.