ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ସୋଆ ଉପସଭାପତି ଶାଶ୍ୱତୀ ଦାସଙ୍କୁ ‘ଫେମିନା ଆଚିଭର୍ସ ଇଷ୍ଟ-୨୦୨୪’ ସମ୍ମାନ ପ୍ରଦାନ

0

ଭୁବନେଶ୍ୱର, ନଭେମ୍ବର ୧୯: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଉପସଭାପତି ଶ୍ରୀମତି ଶାଶ୍ୱତୀ ଦାସ ଙ୍କୁ ‘ଫେମିନା ଆଚିଭର୍ସ ଇଷ୍ଟ -୨୦୨୪’ ସମ୍ମାନରେ ସମ୍ମାନୀତ କରାଯାଇଛି। ଦେଶର ଅଗ୍ରଣୀ ଇଂରାଜୀ ମହିଳା ପତ୍ରିକା ଫେମିନା ପକ୍ଷରୁ ଶ୍ରୀମତି ଦାସ ଙ୍କୁ ‘ଏକ୍ସଲେନ୍ସ ଇନ୍ ଇନ୍‌ସ୍ପିରେସ୍‌ନାଲ୍ ଲିଡରସିପ୍‌’ ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଛି।

ଗତ ନଭେମ୍ବର ୧୫ ତାରିଖ ଦିନ କୋଲକାତା ଠାରେ ଆୟୋଜିତ ଏହି ସମ୍ବର୍ଦ୍ଧନା ଉତ୍ସବ ଆୟୋଜିତ ହୋଇଥିଲା। ସମାଜରେ ସକାରାତ୍ମକ ପରିବର୍ତନ ଆଣିବାରେ ଅଗ୍ରଣୀ ଭୂମିକା ନେଇଥିବା ମହିଳାମାନଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା। ବିଶେଷ କରି ପୂର୍ବ ଭାରତରେ ସମାଜର ବିଭିନ୍ନ ବର୍ଗରେ ଉନ୍ନତିମୂଳକ କାର୍ଯ୍ୟ କରୁଥିବା ମହିଳାମାନଙ୍କୁ ଏହି ଅବସରରେ ସମ୍ବର୍ଦ୍ଧିତ କରାଯାଇଥିଲା।

ପୂର୍ବ ଏବଂ ଉତର-ପୂର୍ବ ଭାରତରେ ଅବସ୍ଥାପିତ ବ୍ରିଟିଶ ଡେପୁଟି ହାଇକମିଶନର ଡକ୍ଟର ଆଣ୍ଡ୍ରିୟୁ ଫ୍ଲେମିଂ ଏବଂ ଆଲାଏନ୍ସ ଫ୍ରାଂଚାଇଜି ଡୁ ବେଙ୍ଗାଲେ ର ନିର୍ଦ୍ଦେଶକ ଶ୍ରୀ ନିକୋଲାସ ଫାସିନୋ କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ ଦେଇ ଏହି ସମ୍ମାନ ପ୍ରଦାନ କରିଥିଲେ। ଶ୍ରୀମତି ଦାସଙ୍କ ପକ୍ଷରୁ ସୋଆର ଲୋକସମ୍ପର୍କ ଅଧିକାରୀ ସୁଶ୍ରୀ ଶୁଭଦର୍ଶିନୀ ମିଶ୍ର ଏହି ସମ୍ମାନ ଗ୍ରହଣ କରିଥିଲେ।

ଅନେକ ଜନହିତକର କାର୍ଯ୍ୟ ଏବଂ ବିଶେଷ କରି ପାଠପଢ଼ାରୁ ବଂଚିତ ହେଉଥିବା ଶିଶୁମାନଙ୍କୁ ଶିକ୍ଷିତ କରିବା ସହ ଦକ୍ଷତାପୂର୍ଣ୍ଣ କାର୍ଯ୍ୟରେ ନିୟୋଜିତ କରିବା ଲକ୍ଷ୍ୟ ନେଇ ଶ୍ରୀମତି ଦାସଙ୍କ ଦିଗଦର୍ଶନରେ ସୋଆ ପକ୍ଷରୁ ଛାତ୍ରଛାତ୍ରୀଙ୍କ ଅନୁଷ୍ଠାନ ‘ଜାଗୋ’ କିଛି ବର୍ଷ ହେବ ଏହି ଉଦ୍ଦେଶ୍ୟରେ କାର୍ଯ୍ୟ କରୁଛି।

Leave A Reply

Your email address will not be published.