ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଚୋରା ଚାଲାଣ ବଳେ ଓଲଟିଲା ଭ୍ୟାନ, ନିଆଁ ଲାଗି ଗୋରୁ ଜୀବନ୍ତ ଦଗ୍ଧ

0

ମୟୂରଭଞ୍ଜ: ବେଆଇନ ଗୋରୁ ଚାଲାଣ ବେଳେ ରାସ୍ତା କଡ଼କୁ ଓଲଟିଲା ପିକଅପ। ରାସ୍ତାକଡ଼କୁ ଓଲଟି ପଡ଼ିଲା ଗୋରୁ ବୋଝେଇ ପିକଅପ୍ ଭ୍ୟାନ । ଚାହୁଁ ଚାହୁଁ ଜଳିଗଲା ପୁରା ଭ୍ୟାନ। ମୟୂରଭଞ୍ଜ କପ୍ତିପଦା ଥାନା ପୋଡ଼ାଡ଼ିହା ଛକରେ ଘଟିଛି ଏହି ଘଟଣା। ଠାକୁରମୁଣ୍ଡା ଅଞ୍ଚଳରୁ ରାତିରେ ଗୋରୁ ଚୋରା ଚାଲାଣ କରୁଥିବା ଏକ ପିକଅପ୍ ଗାଡ଼ି ରାସ୍ତାକଡ଼କୁ ଓଲଟି ପଡ଼ିବା ପରେ ଭ୍ୟାନଟି ସମ୍ପୁର୍ଣ୍ଣ ଜଳିଯାଇଛି।

ସୂଚନା ଅନୁସାରେ, ଠାକୁରମୁଣ୍ଡା ଅଞ୍ଚଳରୁ ଏକ ଗୋରୁ ବୋଝେଇ ପିକଅପ୍ ଭ୍ୟାନ ଆସୁଥିଲା। ତେବେ ଗାଡିରେ ଗୋରୁ ଚୋରାଚାଲାଣ ହେଉଥିବା ନେଇ ଅଭିଯୋଗ ହୋଇଥିଲା। ଗାଡ଼ିରେ ସମୁଦାୟ ୮ଟି ଗୋରୁ ଥିବା ବେଳେ ପୋଡାଡିହା ଛକ ନିକଟରେ ଭାରସ୍ୟାମ ହରାଇ ରାସ୍ତା କଡ଼କୁ ଓଲଟି ପଡିଥିଲା ଭ୍ୟାନଟି। ଚାହୁଁ ଚାହୁଁ ହୁତୁହୁତୁ ହୋଇ ଜଳି ଉଠିଥିଲା ଭ୍ୟାନ। ଦୁର୍ଘଟଣାରେ ଗୋଟିଏ ଗୋରୁ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ବାକି ୭ ଗୋରୁଙ୍କୁ ଉଦ୍ଧାର କରାଯାଇଛି। ଖବର ପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହ ଗୋରୁମାନଙ୍କୁ ଉଦ୍ଧାର କରିଥିଲେ। ତେବେ ନିଆଁ ଲାଗିବା ପରେ ମୃତ ଗୋଟେ ଗୋରୁକୁ ଅଧା ପୋତି ଘଟଣା ସ୍ଥଳରୁ ଫେରାର ହୋଇଯାଇଛି ଗୋରୁ ମାଫିଆ। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.