ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

ବାଲିଯାତ୍ରାରେ କଲେଜଛାତ୍ର ମୃତ୍ୟୁ ଘଟଣାରେ ପରିବାର ଲୋକଙ୍କୁ ମିଳିବ କ୍ଷତିପୂରଣ

0

କଟକ: ଐତିହାସିକ କଟକ ବାଲିଯାତ୍ରାରେ ଗତକାଲି ବିଦ୍ୟୁତ୍‌ ଆଘାତରେ ଜଣେ ଯୁକ୍ତ ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜଗତସିଂହପୁର ଜୟବଡ଼ର ପ୍ରଭାକର ମନ୍ଥନଙ୍କ ପୁଅ ବିଶ୍ୱପ୍ରକାଶ ମନ୍ଥନ(୧୮)। ରିଙ୍ଗ ରୋଡର ଦୁଇ ରାସ୍ତା ମଝିରେ ଥିବା ବାଡ଼ରେ ସଜାଯାଇଥିବା ଲିଚୁ ଲାଇଟ ତାର ସଂସ୍ପର୍ଶରେ ଆସି ବିଶ୍ୱପ୍ରକାଶଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ତେବେ ପ୍ରଶାସନର ବେପରୁଆ ପ୍ରସ୍ତୁତି କାରଣରୁ ନିରୀହ ଛାତ୍ରଙ୍କ ଜୀବନ ଯାଇଥିବା ଲୋକେ ଅଭିଯୋଗ କରିଛନ୍ତି। ସାଜସଜ୍ଜା ନାଁରେ ପ୍ରଶାସନ ଏଭଳି ଅସୁରକ୍ଷିତ ତଥା ବେପରୁଆ ମନୋଭାବକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।

ଏହି ଘଟଣାରେ କଟକ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ ଆଜି ତଦନ୍ତ ନିଦ୍ଦେଶ ଦେଇଛନ୍ତି। ଏପରିକି ତହସିଲଦାର ଏବଂ ଟିପିସିଓଡିଏଲ୍‌କୁ ତଦନ୍ତ କରି ରିପୋର୍ଟ ଦେବାକୁ କୁହାଯାଇଛି। କାହା ଜାଣତରେ ଅଘଟଣ ଘଟିଥିଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବା ସହ ମୃତକଙ୍କ ପରିବାର ଲେକାଙ୍କୁ କ୍ଷତିପୂରଣ ଯୋଗାଇ ଦିଆଯିବ ବୋଲି ଜିଲାପାଳ ପ୍ରକାଶ କରିଛନ୍ତି।

ମିଳିଥିବା ସୂଚନା ମୁତାବକ, ବିଶ୍ୱପ୍ରକାଶ କଟକରେ ଥିବା ଏକ ଘରୋଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁକ୍ତ ୨ ପଢୁଥିଲେ। ସେ ତାଙ୍କ ଅନ୍ୟ କିଛି ସାଙ୍ଗଙ୍କ ସହିତ ବାଲିଯାତ୍ରା ବୁଲିବାକୁ ଯାଇଥିଲେ। ତଳ ପଡ଼ିଆ ବୁଲିବା ପରେ ସେ ରିଂ ବନ୍ଧକୁ ଉଠିଥିଲେ। ରାତି ପ୍ରାୟ ୯ଟାରୁ ୯ଟା ୧୫ ମଧ୍ୟରେ ବିଶ୍ୱପ୍ରକାଶ ଓ ତାଙ୍କ କିଛି ସାଙ୍ଗ ରିଂ ବନ୍ଧର ଗୋଟିଏ ପଟରାସ୍ତାରୁ ଆରପଟକୁ ପାର ହେବା ପାଇଁ ଡିଭାଇଡରକୁ ଅତିକ୍ରମ କରିଥିଲେ।

ବିଶ୍ୱପ୍ରକାଶ ରାସ୍ତା ଅତିକ୍ରମ କରିବା ସମୟରେ ଲିଚୁ ତାରକୁ ଧରି ପକାଇବାରୁ ସେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଯାଇଥିଲେ। ଡିଭାଇଡରରେ ଲୁହାବାଡ଼ ଥିବାରୁ ସେ ଲୁହା ଭିତରେ ବିଶ୍ୱ ଛନ୍ଦି ହୋଇ ଯାଇଥିଲେ। ସ୍ଥାନୀୟ ଲୋକଙ୍କ ଉଦ୍ୟମରେ ଉକ୍ତ ତାରକୁ ବିଶ୍ୱପ୍ରକାଶଙ୍କ ହାତରୁ କଢ଼ାଯାଇଥିଲେ ମଧ୍ୟ ସେତେବେଳକୁ ସେ ତଳେ ପଡ଼ିଯାଇଥିଲେ।ଏକ ଆମ୍ବୁଲାନ୍ସ ଯୋଗେ ବିଶ୍ୱଙ୍କୁ ଏସ୍‌ସିବି ନିଆଯିବା ପରେ, ସେଠାରେ ଡାକ୍ତର ବିଶ୍ୱପ୍ରକାଶଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ କ୍ୟାଣ୍ଟନମେଣ୍ଟ ଥାନା ପୋଲିସ ପହଞ୍ଚି ମୃତଦେହ ଜବତ କରିଥିଲା।

Leave A Reply

Your email address will not be published.