ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଦେଶର ନାଗରିକଙ୍କୁ ପ୍ରଦୂଷଣମୁକ୍ତ ପରିବେଶରେ ରଖିବା ସରକାରଙ୍କ ଦାୟିତ୍ୱ, ସୁପ୍ରିମକୋର୍ଟ

0

ନୂଆଦିଲ୍ଲୀ: ଦିଲ୍ଲୀ ସମେତ ସମଗ୍ର ଏନସିଆର ଏରିଆରେ ଏବେ ବାୟୁ ପ୍ରଦୂଷଣ ସାଙ୍ଘାତିକ ସ୍ଥିତିରେ ରହିଛି। ବିଷାକ୍ତ ବାୟୁ ବଳୟରେ ପୂରା ରାଜଧାନୀ ଦିଲ୍ଲୀ। ଏହାକୁ ଦେଖି ସୁପ୍ରିମକୋର୍ଟ ସୋମବାର ଦିଲ୍ଲୀ-ଏନସିଆର ରାଜ୍ୟମାନଙ୍କୁ ଗ୍ରେଡେଡ୍ ରେସପନ୍ସ ଆକ୍ସନ ପ୍ଲାନ୍ ଅଧୀନରେ ଷ୍ଟେଜ୍ ୪ ପ୍ରଦୂଷଣକୁ କଡାକଡି ଲାଗୁ କରିବା ପାଇଁ ତୁରନ୍ତ ଏକ ଟିମ ଗଠନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏପରିକି ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆର୍‌) ୪୫୦ରୁ ତଳକୁ ଖସିଲେ ମଧ୍ୟ ଉକ୍ତ କଟକଣା ଜାରି ରହିବ। ନିର୍ଦ୍ଦେଶନାମା ଅନୁପାଳନ ସମ୍ପର୍କରେ ସତ୍ୟପାଠ ଜରିଆରେ ଜଣାଇବା ପାଇଁ ଖଣ୍ଡପୀଠ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଦେଶର ନାଗରିକଙ୍କୁ ପ୍ରଦୂଷଣମୁକ୍ତ ପରିବେଶରେ ରଖିବା ସରକାରଙ୍କ ଦାୟିତ୍ୱ।

ଏହାସହ ଜିଆର୍‌ଏପି ୪ ପର୍ଯ୍ୟାୟ କଟକଣା ଉଲ୍ଲଂଘନ ଅଭିଯୋଗର ସମାଧାନ ପାଇଁ ବ୍ୟବସ୍ଥା ଗ୍ରହଣ କରିବାକୁ ସମ୍ପୃକ୍ତ ରାଜ୍ୟଗୁଡ଼ିକୁ କହିଛନ୍ତି। ଦିଲ୍ଲୀ-ଏନସିଆରରେ ବାୟୁ ପ୍ରଦୂଷଣକୁ ଯାଞ୍ଚ କରିବା ପାଇଁ କଠୋର ପଦକ୍ଷେପ କାର୍ଯ୍ୟକାରୀ କରିବାରେ ବିଳମ୍ବ ପ୍ରକାଶ କରି କୋର୍ଟ କହିଛନ୍ତି ଯେ ସମସ୍ତ ନାଗରିକ ପ୍ରଦୂଷଣମୁକ୍ତ ପରିବେଶରେ ରହିବା ନିଶ୍ଚିତ କରିବା ଉଭୟ କେନ୍ଦ୍ର ତଥା ରାଜ୍ୟର ସାମ୍ବିଧାନିକ କର୍ତ୍ତବ୍ୟ। ସେହିପରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଶ୍ରେଣୀଗୃହ ପାଠପଢ଼ା ବନ୍ଦ ସମ୍ପର୍କରେ ତୁରନ୍ତ ନିଷ୍ପତ୍ତି ନେବା ପାଇଁ ଦିଲ୍ଲୀ-ଏନ୍‌ସିଆର୍‌ ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି।

ସୋମବାରଠାରୁ ଜିଆର୍‌ଏପି ଚତୁର୍ଥ ପର୍ଯ୍ୟାୟ ଲାଗୁ ହୋଇଥିବା ଦିଲ୍ଲୀ ସରକାରଙ୍କ ଓକିଲ କହିବାରୁ ଏକ୍ୟୁଆଇ ବିପଜ୍ଜନକ ସ୍ତରରେ ପହଞ୍ଚିବା ମାତ୍ରେ ଏହା ଲାଗୁ କରାଯିବା ଆବଶ୍ୟକ ଥିଲା ବୋଲି ଖଣ୍ଡପୀଠ କହିଥିଲେ। ୪୦୦ ମଧ୍ୟରେ ପହଞ୍ଚତ୍ବା ପରେ ଜିଆର୍‌ଏପିର ଚତୁର୍ଥ ପର୍ଯ୍ୟାୟ ଲାଗୁ କରାଯିବା କଥା। ପ୍ରଦୂଷଣ ରୋକିବା ପାଇଁ ଏପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇଥିବା ପ୍ରତିକାରମୂଳକ ପଦକ୍ଷେପ ସମ୍ପର୍କରେ ସତ୍ୟପାଠ ଜରିଆରେ ୨୨ ତାରିଖ ସୁଦ୍ଧା ଜଣାଇବା ପାଇଁ ଖଣ୍ଡପୀଠ ଦିଲ୍ଲୀ ସରକାର ଏବଂ ଏନ୍‌ସିଆର୍‌ ରାଜ୍ୟଗୁଡ଼ିକୁ କହିଛନ୍ତି।

Leave A Reply

Your email address will not be published.