ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

କାମାକ୍ଷାନଗର ଉପ-ଜିଲ୍ଲାପାଳ ଗିରଫ

0

କାମାକ୍ଷାନଗର: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ। ଗତକାଲି ଏକାଧିକ ଘରେ ଭିଜିଲାନ୍ସ ଚଢାଉ କରିଥିବା ବେଳେ ବାବୁଙ୍କ କୋଠାର ତାଲିକା ଦେଖି ତାଜୁବ ହୋଇଯାଇଥିଲା ଭିଜିଲାନ୍ସ। ଭୁବନେଶ୍ବର ଠାରୁ ଆରମ୍ଭ କରି ଭଦ୍ରକ ପର୍ଯ୍ୟନ୍ତ ଉପ-ଜିଲ୍ଲାପାଳ ବାବୁଙ୍କ ନାଁରେ ରହିଛି ମାଳ ମାଳ କୋଠା।

ଭିଜିଲାନ୍ସ ଚଢାଉ ପରେ ଭୁବନେଶ୍ଵରରେ ଏକ ମହଲା କୋଠା, ଝାରପଡ଼ାରେ ୩ ମହଲା ନିର୍ମାଣାଧୀନ କୋଠାରେ ବି ଚଢାଉ ହୋଇଥିଲା। ସେହିପରି ଭଦ୍ରକରେ ୩ ମହଲା ଓ ୨ ମହଲା ବିଶିଷ୍ଟ ୩ଟି ନିର୍ମାଣାଧୀନ କୋଠା ଥିବା ସହିତ ୧୩ଟି ପ୍ଲଟ ଠାବ କରିଛି ଭିଜିଲାନ୍ସ । ଏଥିମଧ୍ୟରୁ ଭୁବନେଶ୍ବରରେ ୬, ଭଦ୍ରକରେ ୬ ଏବଂ ପିପିଲିରେ ଗୋଟିଏ ପ୍ଲଟ ରହିଛି। ଏଥିସହିତ ୨୫୦ ଗ୍ରାମ୍‌ ସୁନା, ପାଖାପାଖି ଦେଢ଼ ଲକ୍ଷ ଟଙ୍କା ଠାବ କରିଛି ଭିଜିଲାନ୍ସ।

ସୂଚନା ଅନୁସାରେ ଉପଜିଲାପାଳଙ୍କ ସମ୍ପର୍କୀୟଙ୍କ ଘରେ ବି ଭିଜିଲାନ୍ସ ଚଢ଼ାଉ କରିଥିଲା। ଭଦ୍ରକ ଓ ମୟୂରଞ୍ଜରେ ରହିଥିବା ସମ୍ପର୍କୀୟଙ୍କ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରୁଥିବା ସୂଚନା ମିଳିଛି। ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତ୍ତି ଠଳୁ ଅଭିଯୋଗ ପରେ ଭିଜିଲାନ୍ସ ବିଭାଗ ପକ୍ଷରୁ ସୋମବାର ଚଢ଼ାଉ କରିଥିଲା। ଭିଜିଲାନ୍ସର ୧୦ଟି ଟିମ୍‌ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ଘର, ସରକାରୀ ବାସଭବନ ସମେତ ପୃଥକ ପୃଥକ ୧୦ଟି ଠିକଣାରେ ଏକକାଳୀନ ଚଢ଼ାଉ କରିଥିଲା। ଏହି ଚଢ଼ାଉରେ ୧୦ ଜଣ ଡିଏସପି ଓ ଦୁଇ ଜଣ ଇନ୍ସପେକ୍ଟରଙ୍କ ସମେତ ଅନ୍ୟ କର୍ମଚାରୀ ସାମିଲ ଥିଲେ।

Leave A Reply

Your email address will not be published.