ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ପୁଣି ଓଡ଼ିଶା ଆସିବେ ରାଷ୍ଟ୍ରପତି

0

ନୂଆଦିଲ୍ଲୀ: ଡିସେମ୍ବରରେ ପୁଣି ୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଡିସେମ୍ବର ୩ରୁ ୭ ମଧ୍ୟରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇ ଦିଲ୍ଲୀ ପ୍ରତ୍ୟାବତ୍ତର୍ନ କରିବାର କାର୍ଯ୍ୟକ୍ରମ ରହିଛି। ନୂଆଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ବର ଆସିବେ। ଭୁବନେଶ୍ବର ଓ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ତାଙ୍କ ସୁରକ୍ଷା ବ୍ୟବସ୍ଥାକୁ ନେଇ ମୁଖ୍ୟ ଶାସନ ସଚିବ ଏବଂ ଡିଜିପି ସମୀକ୍ଷା ବୈଠକ କରିଛନ୍ତି।

ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ପରେ ୬ ତାରିଖରେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ବିମାନ ଯୋଗେ ପଶ୍ଚିମବଙ୍ଗରେ ଥିବା ପ୍ରତିରକ୍ଷା ବିଭାଗ କଲେଇକୁଣ୍ଡା ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ମୟୂରଭଞ୍ଜର ରଙ୍ଗମାଟିଆ ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇବା ପରେ ନିଜ ଗାଁ ଉପରବେଡାକୁ ଯିବେ ରାଷ୍ଟ୍ରପତି। ଗାଁରେ ପହଞ୍ଚିବା ପରେ ଉପରବେଡା ସରକାରୀ ଉଚ୍ଚ ବିଦ୍ୟାଳୟକୁ ଯାଇ ଛାତ୍ରଛାତ୍ରୀଙ୍କ ସହ ଭାବ ବିନିମୟ କରିବାର କାର୍ଯ୍ୟକ୍ରମ ରହିଛି। ପରେ ସେଠାରୁ ନିଜ ବାସଭବନକୁ ଯିବେ।

ସେହିପରି ୭ ତାରିଖରେ ବାଙ୍ଗିରିପୋଷି ଯାଇ ବହୁ ପ୍ରତୀକ୍ଷୀତ ବାଙ୍ଗିରିପୋଷି-ଗୋରୁ ମହିଷାଣୀ, ବୁଢାମରା-ଚାକୁଳିଆ ଓ ବାଦାମପାହାଡ-କେନ୍ଦୁଝରଗଡ ରେଳପଥର ଶିଳାନ୍ୟାସ କରିବା କାର୍ଯ୍ୟକ୍ରମ ରହିଛି। ଏହାସହ ଆଭାସୀ ଜରିଆରେ ଆଦିବାସୀ ଗବେଷଣା କେନ୍ଦ୍ର, ଦାଣ୍ଡବୋଷ ଏୟାରଷ୍ଟ୍ରିପ୍ ଓ ଉପଖଣ୍ଡ ଚିକିତ୍ସାଳୟର ପୁନରୁଦ୍ଧାର ନିମନ୍ତେ ଭିତ୍ତି ପ୍ରସ୍ଥର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି। କାର୍ଯ୍ୟକ୍ରମ ସରିବା ପରେ କଲେଇକୁଣ୍ଡା ବିମାନବନ୍ଦରରୁ ଦିଲ୍ଲୀ ଫେରିଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

Leave A Reply

Your email address will not be published.