ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଫେବୃଆରୀ ୧୮ରୁ ଯୁକ୍ତଦୁଇ ପରୀକ୍ଷା

0

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦପକ୍ଷରୁ ବୁଧବାର +୨ ପରୀକ୍ଷା ନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏହି ଅନୁଯାୟୀ, ଫେବୃଆରୀ ୧୮ରୁ +୨ ପରୀକ୍ଷା ଆରମ୍ଭ ହେବ। ଏହି ପରୀକ୍ଷା ଫେବୃଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୧୭ ପର୍ଯ୍ୟନ୍ତ ଚାଲିବ। ଏକାସାଙ୍ଗରେ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଏବଂ ପତ୍ରବିନିମୟ ପରୀକ୍ଷା ମଧ୍ୟ ଅନୁଷ୍ଠିତ ହେବ। ୧୮ ତାରିଖରେ ବିଜ୍ଞାନ ବିଭାଗର ଓଡ଼ିଆ ପରୀକ୍ଷା ହେବା ସହ ୧୯ରେ କଳା ଓ ବାଣିଜ୍ୟ ପିଲାଙ୍କ ଓଡ଼ିଆ ପରୀକ୍ଷା ହେବା ନେଇ ଜଣାପଡିଛି।

ସେହିପରି ଶିକ୍ଷାବର୍ଷ ୨୦୨୪-୨୫ରେ ଯୁକ୍ତ୨ ପରୀକ୍ଷା ପାଇଁ ରେଗୁଲାର ତଥା ଏକ୍ସରେଗୁଲାର ଛାତ୍ରୀଛାତ୍ରଙ୍କ ନିମନ୍ତେ ପଞ୍ଜୀକରଣ ସମୟସୀମା ବୃଦ୍ଧି କରାଯାଇଛି। ବୁଧବାରଠାରୁ ଆସନ୍ତା ୨୫ତାରିଖ ମଧ୍ୟରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଷୟର ଆଗ୍ରହୀ ଛାତ୍ରୀଛାତ୍ର ଏଥିପାଇଁ ଆବେଦନ କରିପାରିବେ। ୬୦୦ ଟଙ୍କା ଜରିମାନା (ଫାଇନ୍‌) ସହ ଏହି ଆବେଦନ କରାଯିବାକୁ ଥିବାବେଳେ ୨୮ତାରିଖରେ ଡକ୍ୟୁମେଣ୍ଟ ଦାଖଲ କରିବାକୁ ପଡ଼ିବ।

ସୂଚନାଯୋଗ୍ୟ, ସେପ୍ଟେମ୍ବର ୧୮ରୁ ଅକ୍ଟୋବର ୧ ତାରିଖ ପର୍ଯ୍ୟନ୍ତ ବିନା ଜରିମାନାରେ ଛାତ୍ରୀଛାତ୍ରମାନେ ଫର୍ମପୂରଣ କରିଥିଲେ। ସେହିପରି ୪ରୁ ୧୪ ତାରିଖ ମଧ୍ୟରେ ୨୦୦ ଟଙ୍କା ଜରିମାନା ସହ ଫର୍ମ ଫିଲ୍‌ପ କରାଯାଇଥିଲା। ପରବର୍ତ୍ତୀ ପର୍ଯ୍ୟାୟ ଅର୍ଥାତ୍‌ ନଭେମ୍ବର ୧୧ରୁ ୧୮ ତାରିଖ ମଧ୍ୟରେ ୬୦୦ ଟଙ୍କା ଜରିମାନା ସହ ଆବେଦନ କରାଯାଇଥିଲା। ବର୍ତ୍ତମାନ ସମୟସୀମା ବୃଦ୍ଧି କରାଯାଇଥିବାରୁ ରେଗୁଲାର ଓ ଏକ୍ସରେଗୁଲାର ଛାତ୍ରୀଛାତ୍ର ଫର୍ମ ପୂରଣ କରିପାରିବେ।

Leave A Reply

Your email address will not be published.