ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ

0

ଧର୍ମଶାଳା: ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ (ଲିକୁ ସାହୁ)ଙ୍କୁ ଆକ୍ରମଣ। ଯାଜପୁର ବୁଢ଼ାଘାଟରେ ଆକ୍ରମଣ ହୋଇଥିବା ସୂଚନା ମିଳିଛି ।ବିଧାୟକ ଯାଉଥିବା ବେଳେ ତାଙ୍କ ଗାଡି ଅଟକାଇ ଠେଙ୍ଗାରେ କିଛି ଯୁବକ ଆକ୍ରମଣ କରିଛନ୍ତି। ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ସମର୍ଥକ ଆକ୍ରମଣ କରିଥିବା ଅଭିଯୋଗ କରିଛନ୍ତି ହିମାଂଶୁ। ଯାଜପୁର ବୁଢ଼ାପୋଲ ନିକଟରେ ଏହି ଆକ୍ରମଣ ହୋଇଥିବା କୁହାଯାଉଛି।

ଘଟଣା ସମ୍ପର୍କରେ ହିମାଂଶୁ ପୋଲିସ ଆଗରେ ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଯେ, ”ବୁଧବାର ଡିଡିଏମ୍‌ଙ୍କ ସହିତ ଥିବା ବୈଠକରେ ଯୋଗଦେବାକୁ ଅଫିସକୁ ଯାଉଥିଲି। ଏତିକିବେଳେ ରାସ୍ତାରେ କିଛି ଲୋକ ରାସ୍ତାରୋକ କରିଥିଲେ। ରାସ୍ତା ବନ୍ଦ ଥିବାରୁ ମୋ ଗାଡ଼ି ସେଠାରେ ଅଟକି ଥିଲା, ଏତିକି ବେଳେ କିଛି ଲୋକ ମୋ ଆଡ଼କୁ ମାଡ଼ି ଆସିଥିଲେ। ସେମାନଙ୍କ ନିକଟରେ ରଡ୍‌, ଠେଙ୍ଗା ଥିଲା।

ଏଥିରେ ସେମାନେ ମୋ ଗାଡ଼ିକୁ ପିଟିଥିଲେ। ଏହାପରେ ଗାଡ଼ିରେ ମୋତେ ଦେଖି ମୋ ଆଡ଼କୁ ମାଡ଼ି ଆସିଥିଲେ। ସମସ୍ତେ ମିଶି ମୋତେ ପିଟି, ମୋ ଚେନ୍‌ ଛିଡ଼ାଇ ନେଇଛନ୍ତି। ଆକ୍ରମଣ କରିବା ସମୟରେ ସେମାନେ ବବି ଭାଇ ଜିନ୍ଦାବାଦ୍‌ କହି ନାରା ଦେଇଥିଲେ।”

Leave A Reply

Your email address will not be published.