ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଜୁନାଗଡ଼ ଗଣଦୁଷ୍କର୍ମ ମାମଲାରେ ୬ଜଣ ଅଭିଯୁକ୍ତ ଙ୍କୁ ଆଜୀବନ କାରାଦଣ୍ଡ

0

ଜୁନାଗଡ଼: ବହୁ ଚର୍ଚ୍ଚିତ ଜୁନାଗଡ଼ ଗଣଦୁଷ୍କର୍ମ ମାମଲାରେ ଆଜି ଧର୍ମଗଡ଼ ଏଡିଜେ ୬ଜଣ ଅଭିଯୁକ୍ତ ଙ୍କୁ ଆଜୀବନ କାରାଦଣ୍ଡ ଆଦେଶ ଦେଇଛନ୍ତି। କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବନମାଳୀପୁରସ୍ଥିତ ଘନା ଜଙ୍ଗଲରେ ୫ ବର୍ଷ ତଳେ ହୋଇଥିବା ବହୁ ଚର୍ଚ୍ଚିତ ଗଣବଳାତ୍କାର ଘଟଣାର ରାୟ ବୁଧବାର ପ୍ରକାଶ ପାଇଛି।

ଏହି ଘଟଣାରେ ଧର୍ମଗଡ଼ ଅତିରିକ୍ତ ଜିଲା ଦୌରା ଜଜ୍‌ ସୁରେଶ ଚନ୍ଦ୍ର ପ୍ରଧାନ ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ୬ ଜଣଙ୍କୁ ଆଜୀବନ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ସେମାନେ ହେଲେ ପର୍ଲା ଗ୍ରାମର ଲଳିନ୍ଦ୍ର ଶବର, ବକ୍ସିତୁଳସୀପାଲି ଗ୍ରାମର ଲାବଣ୍ୟ ଛତ୍ରିଆ, ଅନିରୁଦ୍ଧ ଛତ୍ରିଆ, ପ୍ରକାଶ ଓରଫ ଲୁକୁ ନାଏକ, ଶାନ୍ତ ନାଏକ ଓ ଅମିତ ନାଏକ। ଯାହାକି ଜିଲାରେ ଏବେ ଚର୍ଚ୍ଚାର ବିଷୟ ହୋଇଛି। ସେହିପରି ଏହି ଘଟଣାରେ ସେତେବେଳେ ଅନ୍ୟ ୩ଜଣ ଭିଡିଓ ଭାଇରାଲ ପାଇଁ ଗିରଫ ହୋଇଥିଲେ। ହେଲେ ଏହି ୩ଜଣଙ୍କୁ ନିର୍ଦ୍ଦୋଷରେ ଖଲାସ କରାଯାଇଛି।

ପ୍ରାପ୍ତ ସୂଚନାରୁ ପ୍ରକାଶ ଯେ, ଗତ ୨୦୧୯ ସେପ୍ଟେମ୍ବର ୧୪ ଅପରାହ୍ନରେ ଧର୍ମଗଡ଼ ଥାନା ଅନ୍ତର୍ଗତ ପର୍ଲା ଗ୍ରାମର ଲଳିନ୍ଦ୍ର ଶବର (ବସ କଣ୍ଡକ୍ଟର) ପୀଡ଼ିତାଙ୍କୁ ନିଜ ଗାଁରେ ଛାଡ଼ି ଦେବାକୁ କହି ଏକ୍‌ ବାଇକରେ ଭବାନୀପାଟଣାରୁ ବସାଇ ଘରକୁ ଆଣୁଥିଲେ। ହେଲେ ଲଳିନ୍ଦ୍ର ପୀଡ଼ିତାଙ୍କୁ ଗାଁକୁ ନ ନେଇ ବାଟରେ ବନମାଳୀପୁରସ୍ଥିତ ଘନା ସଂରକ୍ଷଣ ଜଙ୍ଗଲକୁ ନେଇ ବଳାତ୍କାର କରିଥିଲେ। ପରେ ସେଠାରେ ଲୁଚି ରହିଥିବା ଅନ୍ୟ ୫ ଜଣ ଯୁବକ ଛୁରି ଦେଖାଇ ପୀଡ଼ିତାଙ୍କୁ ଗଣବଳାତ୍କାର କରିବା ସହ ବଳାତ୍କାର ସମୟର ଭିଡିଓ ଶୁଟିଂ କରି ଭାଇରାଲ ମଧ୍ୟ କରିଥିଲେ। ଏନେଇ ପୀଡ଼ିତାଙ୍କ ପରିବାର ପକ୍ଷରୁ ଜୁନାଗଡ଼ ଥାନାରେ ଲିଖିତ ଅଭିଯୋଗ ହୋଇଥିଲା।

ଜୁନାଗଡ଼ ପୋଲିସ ପକ୍ଷରୁ ୨୦୧୯ ସେପ୍ଟେମ୍ବର ୨୩ରେ କେସ୍‌ ନଂ ୨୨୪/୧୯ରେ ଏକ ମାମଲା ରୁଜୁ କରି ଘଟଣାରେ ସାମିଲ ଥିବା ଅଭିଯୁକ୍ତମାନଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା । ସେତେବେଳେ ଏହି ଘଟଣାଟି ଜିଲା ତଥା ରାଜ୍ୟରେ ଚର୍ଚ୍ଚିତ ଖବରର ଶିରୋନାମା ପାଲଟିଥିଲା। ଏପରିକି ଘଟଣାକୁ ଗୁରୁତ୍ୱର ସହ ନେଇ ତତ୍କାଳୀନ ରାଜ୍ୟ ମହିଳା କମିଶନ ଡ. ମିନତୀ ବେହେରା ମଧ୍ୟ ନିଜ ଆଡୁ ମାମଲା ରୁଜୁ କରି ଘଟଣାସ୍ଥଳକୁ ଆସି ତଦନ୍ତ କରିଥିଲେ। ସେହିପରି ତତ୍କାଳୀନ ଏସ୍‌ପି ବି.ଗଙ୍ଗାଧର ମଧ୍ୟ ତତ୍ପରତା ପ୍ରକାଶ କରି ଅଭିଯୁକ୍ତମାନଙ୍କୁ ଶୀଘ୍ର ଗିରଫ କରିବାରେ ସଫଳ ହୋଇଥିଲେ। ଏହି ମାମଲାଟିକୁ ସରକାରଙ୍କ ପକ୍ଷରୁ ସରକାରୀ ଓକିଲ ପୂର୍ଣ୍ଣଚନ୍ଦ୍ର ନାଗ ପରିଚାଳନା କରିଥିଲେ।

Leave A Reply

Your email address will not be published.