ପ୍ରମୁଖ ଖବର

ପିକନିକ ହେଲା କାଳ: ଦିଭେଗାର ସମୁଦ୍ରରେ ବୁଡି ୮ ଛାତ୍ର ମୃତ
ଦେଶରେ ଆଉ ୫୦ ଲକ୍ଷ ଘରକୁ ପିଏନଜି, ଆରମ୍ଭ ହେଲା ‘ନ୍ୟାସନାଲ ପିଏନଜି ଡ୍ରାଇଭ୍‌ ୩.୦’
ଟ୍ରକ୍‌ ବନ୍ଧକ ରଖି ପୁଅକୁ ପଠାଇଲେ, କାନାଡାରେ ସ୍ୱର୍ଣ୍ଣ ଜିତିଲେ ମହେଶ
ପିୟୁସିସି ନଥିଲେ ପେଟ୍ରୋଲ-ଡିଜେଲ ମନା, ଦିଲ୍ଲୀରେ ଲାଗୁ ହେଲା କଡ଼ା ନିୟମ
୧.୦୩ କୋଟିର ଚୀନ୍ ଡ୍ରୋନ୍ ଜବତ, ୩ ଯାତ୍ରୀ ଅଟକ

ଓଡ଼ିଶାରେ ହେବ ମତ୍ସ୍ୟ ଓ ପଶୁ ସମ୍ପଦ ବିଶ୍ୱ ବିଦ୍ୟାଳୟ

0

ଭୁବନେଶ୍ବର; ଗୋପାଳକ ଓ ମତ୍ସ୍ୟ ଚାଷୀଙ୍କ ପାଇଁ ଖୁସି ଖବର। ଓଡ଼ିଶାରେ ହେବ ମତ୍ସ୍ୟ ଓ ପଶୁ ସମ୍ପଦ ବିଶ୍ୱ ବିଦ୍ୟାଳୟ, ଏନେଇ ଆରମ୍ଭ ହୋଇଛି ପ୍ରକ୍ରିୟା। ସରକାରଙ୍କ ପକ୍ଷରୁ ଅନେକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ୨୩୦୦ କୋଟି ଟଙ୍କାର ଯୋଜନା ଆରମ୍ଭ ହୋଇଛି। ବିଶ୍ୱ ମତ୍ସ୍ୟ ଦିବସରେ ସୂଚନା ଦେଲେ ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ।

ସେହିପରି ମନ୍ତ୍ରୀ ଆହୁରି କହିଛନ୍ତି ଯେ, ସମ୍ବଲପୁରରେ ୧୦୦ ଏକର ଜମିରେ ହେବ ଆକୁଆ ପାର୍କ। ଏବେ ରାଜ୍ୟର ଫୋକସ୍‌ ମଧୁର ମାଛ ଉପରେ ରହିଛି। ମଧୁର ମାଛ ଉତ୍ପାଦନରେ ଆତ୍ମନିର୍ଭର ହେବ ଓଡ଼ିଶା। ସାରା ଦେଶରେ ଓଡ଼ିଶା ୪ ନମ୍ବରରେ ଥିବା ବେଳେ ରପ୍ତାନି ମଧ୍ୟ ବଢିଛି। ଆଗାମୀ ୫ ବର୍ଷରେ ମଧୁର ମାଛ ରପ୍ତାନି ପାଇଁ ଟାର୍ଗେଟ ରଖାଯାଇଛି। ଏଥିପାଇଁ ମତ୍ସ୍ୟ ଚାଷୀଙ୍କୁ ପ୍ରୋତ୍ସାହନ ଦିଆଯିବ। ବର୍ତ୍ତମାନ ରାଜ୍ୟରେ ୧୧.୫ ଲକ୍ଷ ମେଟ୍ରିକ୍‌ ଟନ ମଧୁର ମାଛ ଉତ୍ପାଦନ ହେଉଛି। ରାଜ୍ୟରେ ମୁଣ୍ଡ ପିଛା ୧୮ କିଲୋ ମାଛ ଲୋକ ଖାଉଛନ୍ତି। ରାଜ୍ୟରେ ଅଧିକ ମତ୍ସ୍ୟ ବଜାର, ଜେଟି ପ୍ରତିଷ୍ଠା ପାଇଁ କାମ ଚାଲିଛି ବୋଲି ମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.