ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ସୁରକ୍ଷାକର୍ମୀ ଓ ନକ୍ସଲ ମୁହାଁମୁହିଁଁ

0

ଲକାନଗିରି-ଛତିଶଗଡ଼ ସୀମା ଏମ୍ ଭି-୭୯ ଜିନ୍ଦଲଗୁଡ଼ା ନିକଟରେ ସୁରକ୍ଷାକର୍ମୀ ଓ ନକ୍ସଲ ମୁହାଁମୁହିଁଁ ହୋଇଛନ୍ତି। ଗୁଳି ବିନିମୟରେ ଜଣେ ଯବାନ ଆହତ ହୋଇଥିବ ବେଳେ ଜଣେ ନକ୍ସଲ ମଧ୍ୟ ନିହତ ହୋଇଛନ୍ତି। ଆହତ ଯବାନ ଜଣଙ୍କ ହେଲେ ଡମ୍ବୁର ବଡ଼ ନାୟକ। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କ ଗୋଡ଼ରେ ୨ଟି ଗୁଳି ବାଜିଛି।

 ଛତିଶଗଡ଼ରୁ କିଛି ନକ୍ସଲ ନଦୀ ପାର ହୋଇ ମାଲକାନଗିରି ଅଭିମୁଖେ ଆସୁଥିବା ସୁରକ୍ଷାକର୍ମୀମାନେ ଗୋଇନ୍ଦା ସୁତ୍ରରୁ ଖବର ପାଇଥିଲେ।  ପରେ ସେହି ଅଞ୍ଚଳରେ ସୁରକ୍ଷାକର୍ମୀମାନେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଏହି ସମୟରେ ସୁରକ୍ଷାକର୍ମୀ ଓ ନକ୍ସଲ ମୁହାଁ ମୁହିଁ ହୋଇଥିଲେ। ନକ୍ସଲମାନେ ସୁରକ୍ଷାକର୍ମୀଙ୍କ ଉପରେ ଗୁଳି ଚାଳନା କରିଥିଲେ। ସୁରକ୍ଷା କର୍ମୀମାନେ ମଧ୍ୟ ଏହାର ପାଲଟା ଜବାବ ଦେଇଥିଲେ। ଗୁଳିବିନିମୟରେ  ନକ୍ସଲ ନିହତ ହୋଇଥିବା ବେଳେ  ଜଣେ ଯବାନ ଆହତ ହୋଇଛନ୍ତି।

Leave A Reply

Your email address will not be published.