ପ୍ରମୁଖ ଖବର

ବର୍ଷକୁ ୨ ଥର ହେବ ସିବିଏସଇ ଦଶମ ପରୀକ୍ଷା
ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ
ରାଜସ୍ୱ ସେବା ପାଇଁ ଇ-ରେଜିଷ୍ଟ୍ରେସନ ଆପ୍‌ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ବାହାଘର ଦିନକ ପୂର୍ବରୁ ଦୁର୍ଘଟଣାରେ ଚାଲିଗଲା ବରର ଜୀବନ
ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତିଙ୍କ ପରଲୋକ
ବାସହୀନଙ୍କୁ ଚିହ୍ନଟ କରିବାକୁ ସରକାରଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଲଞ୍ଚ ହେଲା ଆକ୍ସିଅମ-୪: ମହାକାଶ ଅଭିମୁଖେ ଶୁଭାଂଶୁ

ସୁରକ୍ଷାକର୍ମୀଙ୍କ ଗୁଳିରେ ୧୦ ମାଓବାଦୀ ନିହତ

0

ଛତିଶଗଡ: ଛତିଶଗଡରେ ସୁରକ୍ଷାକର୍ମୀଙ୍କୁ ଶୁକ୍ରବାର ଏକ ବଡ ଧରଣର ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ୧୦ ମାଓବାଦୀ ନିହତ ହୋଇଛନ୍ତି। ମାଓବାଦୀମାନେ ଉକ୍ତ ଅଞ୍ଚଳରୁ ଖସି ପଳାଉଥିବା ବେଳେ ଡିଆରଜି ଯବାନ ଏନକାଉନଣ୍ଟର କରିଥିବା ଜଣାପଡିଛି।

ସୂଚନା ଅନୁଯାୟୀ, ଛତିଶଗଡର ସୁକମା ଜିଲାର ଭେଜି ପୋଲିସ ଷ୍ଟେଶନ ପରିସରରେ ସୁରକ୍ଷା ବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଛି। ଆଇଜି ବସ୍ତର ପି ସୁନ୍ଦରରାଜ କହିଛନ୍ତି ଯେ ଛତିଶଗଡର ଦକ୍ଷିଣ ସୁକମାରେ ଡିଆରଜି ସହିତ ହୋଇଥିବା ଏନକାଉଣ୍ଟରରେ ୧୦ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି। ସୁରକ୍ଷା ବାହିନୀ ଘଟଣାସ୍ଥଳରୁ ତିନୋଟି ସ୍ବୟଂଚାଳିତ ରାଇଫଲ ଏବଂ ଅନ୍ୟାନ୍ୟ ଅସ୍ତ୍ର ଉଦ୍ଧାର କରିଛନ୍ତି। ସେମାନଙ୍କଠାରୁ INSAS, AK-47, SLR ଏବଂ ଅନ୍ୟାନ୍ୟ ଅସ୍ତ୍ରଶସ୍ତ୍ର ଉଦ୍ଧାର କରାଯାଇଥିଲା। ଏବେ ବି ସେଠାରେ ସର୍ଚ୍ଚ ଅପରେସନ ଚାଲିଛି।

Leave A Reply

Your email address will not be published.