ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ସୁରକ୍ଷାକର୍ମୀଙ୍କ ଗୁଳିରେ ୧୦ ମାଓବାଦୀ ନିହତ

0

ଛତିଶଗଡ: ଛତିଶଗଡରେ ସୁରକ୍ଷାକର୍ମୀଙ୍କୁ ଶୁକ୍ରବାର ଏକ ବଡ ଧରଣର ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ୧୦ ମାଓବାଦୀ ନିହତ ହୋଇଛନ୍ତି। ମାଓବାଦୀମାନେ ଉକ୍ତ ଅଞ୍ଚଳରୁ ଖସି ପଳାଉଥିବା ବେଳେ ଡିଆରଜି ଯବାନ ଏନକାଉନଣ୍ଟର କରିଥିବା ଜଣାପଡିଛି।

ସୂଚନା ଅନୁଯାୟୀ, ଛତିଶଗଡର ସୁକମା ଜିଲାର ଭେଜି ପୋଲିସ ଷ୍ଟେଶନ ପରିସରରେ ସୁରକ୍ଷା ବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଛି। ଆଇଜି ବସ୍ତର ପି ସୁନ୍ଦରରାଜ କହିଛନ୍ତି ଯେ ଛତିଶଗଡର ଦକ୍ଷିଣ ସୁକମାରେ ଡିଆରଜି ସହିତ ହୋଇଥିବା ଏନକାଉଣ୍ଟରରେ ୧୦ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି। ସୁରକ୍ଷା ବାହିନୀ ଘଟଣାସ୍ଥଳରୁ ତିନୋଟି ସ୍ବୟଂଚାଳିତ ରାଇଫଲ ଏବଂ ଅନ୍ୟାନ୍ୟ ଅସ୍ତ୍ର ଉଦ୍ଧାର କରିଛନ୍ତି। ସେମାନଙ୍କଠାରୁ INSAS, AK-47, SLR ଏବଂ ଅନ୍ୟାନ୍ୟ ଅସ୍ତ୍ରଶସ୍ତ୍ର ଉଦ୍ଧାର କରାଯାଇଥିଲା। ଏବେ ବି ସେଠାରେ ସର୍ଚ୍ଚ ଅପରେସନ ଚାଲିଛି।

Leave A Reply

Your email address will not be published.