ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ମଝି ରାସ୍ତାରେ ହାତାହାତି ହେଲେ ଦୁଇ କଳାକାର

0

ଭୁବନେଶ୍ବର: ଥମୁନି ଅଭିନେତାଙ୍କ କଳି। ଡିସିପି ଅଫିସ ଆଗରେ ଶୁକ୍ରବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ପୁଲିସ ଉପସ୍ଥିତିରେ ଡିସିପି ଅଫିସ୍ ସମ୍ମୁଖରେ ହାତାହାତି ହୋଇଛନ୍ତି ଅଭିନେତା ମନୋଜ ମିଶ୍ର ଓ ନିର୍ଦ୍ଦେଶକ ବବି ଇସଲାମ୍। ସେଠାରେ ଉପସ୍ଥିତ ଅନ୍ୟ ନିର୍ଦ୍ଦେଶକଙ୍କ ଉପରକୁ ମଧ୍ୟ ଆକ୍ରମଣାତ୍ମକ ବ୍ୟବହାର ପ୍ରଦର୍ଶନ କରିଥିଲେ ମନୋଜ ମିଶ୍ର। ଘଟଣାର ଭିଡିଓ ମଧ୍ୟ ସାମ୍ନାକୁ ଆସିଛି।ଉଭୟଙ୍କ ମଧ୍ୟରେ କିଛି ଦିନ ହେବ ଆରମ୍ଭ ହୋଇଥିବା କଥା କଟାକଟି ଆଜି ବିଚ୍‌ ରାସ୍ତାରେ ପହଞ୍ଚିଛି। ପରେ ଡିସିପିଙ୍କ ଉପସ୍ଥିତିରେ ଏହି ଘଟଣାର ଆପୋଷ ସମାଧାନ ହୋଇଥିବା ଜଣାଯାଇଛି।

ପୋଲିସ ଉଭୟଙ୍କୁ କାବୁ କରି ସ୍ଥିତି ନିୟନ୍ତ୍ରଣ କରିଛି। ଅନ୍ୟପକ୍ଷେ ଉଭୟପକ୍ଷ ସିପି ଅଫିସରେ ପହଞ୍ଚି ସମସ୍ୟାର ସମାଧାନ ପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି। ଏହି ଘଟଣା ରାଜଧାନୀରେ ଏବେ ଚର୍ଚ୍ଚାର ବିଷୟ ହୋଇଛି। ମନୋଜ ମିଶ୍ର କହିଛନ୍ତି କି, ବବି ତାଙ୍କୁ ଅଶ୍ରାବ୍ୟ ଭାଷାରେ ଆକ୍ଷେପ କରିବାରୁ ସେ ତାଙ୍କ ଆଡ଼କୁ ମାଡ଼ି ଯାଇଥିଲେ। ଏହାକୁ ନେଇ ପ୍ରଥମେ କଥା କଟାକଟି ହୋଇଥିଲା। ସ୍ଥିତି ଏମିତି ବିଗିଡ଼ିଗଲା ଯେ, ଚରମ ସୀମାରେ ପହଞ୍ଚିଥିଲା ବିଶୃଙ୍ଖଳା। ଉଭୟ ମନୋଜ ମିଶ୍ର ଏବଂ ବବି ଇସଲାମଙ୍କ ମଧ୍ୟରେ ବାକ୍ ଯୁଦ୍ଧ ସହ ହାତାହାତି ସ୍ଥିତି ଉପୁଜିଥିଲା। ଶେଷରେ ଉଭୟେ ଡିସିପି ଅଫିସରୁ ବାହାରି ସିପି ଅଫିସରେ ପହଞ୍ଚିଥିଲେ। ସେଠାରେ ଉଭୟ ପକ୍ଷକୁ ନେଇ ପୁଲିସ ପ୍ରଶାସନ ଆପୋଷ ବୁଝାମଣା ପାଇଁ ଉଦ୍ୟମ ହୋଇଥିଲା।

ଅପରପକ୍ଷେ, ଏଥିସହ ପରବର୍ତ୍ତୀ ମୁହୂର୍ତ୍ତରେ ଏଭଳି ବ୍ୟବହାର ପାଇଁ ଡିସିପି ପିନାକ ମିଶ୍ରଙ୍କ ସାମ୍ନାରେ ମନୋଜ ଭୁଲ୍ ମାଗିଥିବା ସୂଚନା ମିଳିଛି। ସେପଟେ ପୁଲିସ ସେବା ଭବନରେ ଉଭୟ ପକ୍ଷକୁ ବୁଝାଇବା ପାଇଁ ପୁଲିସ କମିଶନର ଓ ଡିସିପିଙ୍କ ଉପସ୍ଥିତିରେ ଉଦ୍ୟମ ଜାରି ରହିଛି। ସୂଚନାଯୋଗ୍ୟ, ପୂର୍ବ ନିର୍ଦେଶ ମୁତାବକ ଉଭୟ ପକ୍ଷ ଆଜି ଡିସିପି ଅଫିସ୍‌ରେ ହାଜର ହୋଇଥିଲେ। ଏହାପରେ ଏଭଳି ଘଟଣା ଘଟିଛି।

Leave A Reply

Your email address will not be published.