ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ସାର କାରଖାନାରେ ବିସ୍ଫୋରଣ, ୩ ମୃତ ୯ ଆହତ

0

ମହାରାଷ୍ଟ୍ର: ମହାରାଷ୍ଟ୍ରର ସାଙ୍ଗଲି ଜିଲ୍ଲାର ଏକ ସାର କାରଖାନାରେ ଭୟଙ୍କର ବିସ୍ଫୋରଣ। କାରଖାନାରେ ପ୍ରଥମେ ବିସ୍ଫୋରଣ ଘଟି ଗ୍ୟାସ୍ ଲିକ୍ ହେବା କାରଣରୁ ଏହି ଅଘଟଣ ଘଟିଛି। ଫଳରେ ଦୁଣ ଜଣ ମହିଳାଙ୍କ ସମେତ ଜଣେ ସୁରକ୍ଷାକର୍ମୀଙ୍କ ମୃତ୍ୟୁ ଘଟିଛି। ଏଥିସହ ୯ ଜଣ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।

ସୂଚନା ଅନୁସାରେ, ଗତକାଲି ସନ୍ଧ୍ୟା ପ୍ରାୟ ୬.୩୦ ସମୟରେ ସାଙ୍ଗଲି କାଡେଗାଁ ତହସିଲର ଶାଲଗାଁ ଏମଆଇଡିସିର ମିଆଁମାର କେମିକାଲ୍ କମ୍ପାନୀରେ ଏହି ଘଟଣା ଘଟିଥିଲା। କାରଖାନାରେ କୌଣସି କାରଣରୁ ପ୍ରଥମେ ବିସ୍ଫୋରଣ ହେବା ପରେ ଗ୍ୟାସ୍ ଲିକ୍ ହେବା କାରଣରୁ ତିନି ଜଣଙ୍କ ମୃତ୍ୟୁ ହୋଇଛି। ପୋଲିସ କହିଛି ଯେ ଏକ ସାର କାରଖାନାର ଏକ ରିଆକ୍ଟର ବିସ୍ଫୋରଣ ହୋଇ ରାସାୟନିକ ଧୂଆଁ ଲିକ୍ ହେଲା। ଏହି ଗ୍ୟାସ୍ ଲିକ୍ ଯୋଗୁଁ ପ୍ରାୟ ୧୨ ଜଣ ଲୋକ ପ୍ରଭାବିତ ହୋଇଥିଲେ ଏବଂ ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏଥିମଧ୍ୟରୁ ଦୁଇଜଣ ମହିଳା କର୍ମଚାରୀ ଏବଂ ଜଣେ ସୁରକ୍ଷାକର୍ମୀଙ୍କ ମୃତ୍ୟୁ ଘଟିଥିବା ବେଳେ ୯ ଜଣ ଚିକିତ୍ସିତ ହେଉଛନ୍ତି।

ସାଙ୍ଗଲି ପୋଲିସ୍ ଅଧୀକ୍ଷକ କହିଛନ୍ତି ଯେ, ରିଆକ୍ଟରରେ ବିସ୍ଫୋରଣ ପରେ ଆମୋନିୟା ଗ୍ୟାସ୍ ଲିକ୍ ହୋଇଛି ବୋଲି ସନ୍ଦେହ କରାଯାଉଛି। ଅନ୍ୟ ଜଣେ ଅଧିକାରୀ କହିଛନ୍ତି ଯେ ୭ ଜଣ ଆହତଙ୍କୁ କରଦସ୍ଥିତ ସାହ୍ୟାହ ସ୍ପିଟାଲରେ ଭର୍ତ୍ତି କରାଯାଇଛି ଏବଂ ସେମାନଙ୍କ ମଧ୍ୟରୁ ୫ଜଣଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି।

Leave A Reply

Your email address will not be published.