ପ୍ରମୁଖ ଖବର

ରାଜ୍ୟ କ୍ୟାବିନେଟରେ ୬ଟି ପ୍ରସ୍ତାବକୁ ମଞ୍ଜୁରୀ
ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ି ଯୁବକ ମୃତ
ଦେଶର ୫୨ତମ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ବି.ଆର.ଗଭାଇ
ରାଜଧାନୀରେ ପୁଣି ପିଲା ଚୋରି
ୟୁପିଏସସିର ନୂଆ ଅଧ୍ୟକ୍ଷ ହେଲେ ପୂର୍ବତନ ପ୍ରତିରକ୍ଷା ସଚିବ ଅଜୟ କୁମାର
ପାକିସ୍ତାନରୁ ଫେରିଲେ ବିଏସଏଫ ଯବାନ ପିକେ ସାଁ, ଭାରତ ମଧ୍ୟ ଫେରାଇଲା ରେଞ୍ଜର

୬ମାସ ବଢିଲା ରାଜ୍ୟର ୩ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ

0

ଭୁବନେଶ୍ବର; ଆଉ ୬ମାସ ବଢିଲା ୩ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ। ଚଳିତମାସରେ ଶେଷ ହେଉଥିବା ରାଜ୍ୟର ୩ ପ୍ରମୁଖ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳକୁ ରାଜ୍ୟପାଳ ଆଉ ୬ମାସ ବୃଦ୍ଧି କରିଛନ୍ତି। ସେଗୁଡିକ ହେଲା ଉତ୍କଳ ବିଶ୍ୱବିଦ୍ୟାଳୟ, ରମାଦେବୀ ବିଶ୍ୱବିଦ୍ୟାଳୟ ଓ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ। ଏହି ୩ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି ଚୟନ ନିମନ୍ତେ ଏପର୍ଯ୍ୟନ୍ତ ଉଚ୍ଚଶିକ୍ଷା ବିଭାଗ ବିଜ୍ଞାପନ ଜାରି କରିନଥିବାରୁ ରାଜ୍ୟପାଳ ଆଜି ସମ୍ପୃକ୍ତ କୁଳପତିମାନଙ୍କ କାର୍ଯ୍ୟକାଳକୁ ଆଉ ୬ମାସ ବୃଦ୍ଧି କରିଛନ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟ, ରମାଦେବୀ ବିଶ୍ୱବିଦ୍ୟାଳୟ ଓ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟରେ ନୂଆ କୁଳପତିଙ୍କ ନିଯୁକ୍ତିରେ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ବିଳମ୍ବ କରୁଥିବାକୁ ନେଇ ରାଜଭବନ ଗତ ସପ୍ତାହରେ ଅସନ୍ତୋଷ ବ୍ୟକ୍ତ କରିଥିଲେ।

ଆଜି ଗୁରୁବାର ରାଜଭବନ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଉତ୍କଳ ବିଶ୍ୱବିଦ୍ୟାଳୟ, ରମାଦେବୀ ବିଶ୍ୱବିଦ୍ୟାଳୟ ଓ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କ କାର୍ଯ୍ୟକାଳକୁ ରାଜ୍ୟପାଳ ବୃଦ୍ଧି କରିଛନ୍ତି। ଏହି ବିଶ୍ୱବିଦ୍ୟାଳୟ ଗୁଡିକରେ କୁଳପତିଙ୍କ କାର୍ଯ୍ୟକାଳ ସରିବା ଦିନଠାରୁ ୬ମାସ ପର୍ଯ୍ୟନ୍ତ ତଥା ନୂଆ କୁଳପତି ଯୋଗଦେବା ପର୍ଯ୍ୟନ୍ତ ଏହାକୁ ବୃଦ୍ଧି କରାଗଲା।

ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟଙ୍କର ନଭେମ୍ବର ୨୩, ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ନାଗରାଜୁଙ୍କର ନଭେମ୍ବର ୨୬ ଓ ରମାଦେବୀ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଅପରାଜିତା ଚୌଧୁରୀଙ୍କ କାର୍ଯ୍ୟକାଳ ନଭେମ୍ବର ୨୫ତାରିଖରେ ଶେଷ ହେଉଛି। ଏହି ୩ଟି ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି ଚୟନ ପାଇଁ ଏପର୍ଯ୍ୟନ୍ତ ଉଚ୍ଚଶିକ୍ଷା ବିଭାଗ ବିଜ୍ଞାପନ ଜାରି କରିନଥିବା କାରଣରୁ ଯାହାକୁ ନେଇ ରାଜ୍ୟପାଳ ଗୁରୁବାର ସମ୍ପୃକ୍ତ କୁଳପତିମାନଙ୍କ କାର୍ଯ୍ୟକାଳକୁ ଆଉ ୬ମାସ ବୃଦ୍ଧି କରିଛନ୍ତି। ତେବେ ଏହି ସମ୍ପ୍ରସାରିତ କାର୍ଯ୍ୟକାଳ ମଧ୍ୟରେ ସମ୍ପୃକ୍ତ କୁଳପତିମାନେ କୁଳାଧିପତିଙ୍କ ବିନା ଅନୁମତିରେ କୌଣସି ନୀତିଗତ ନିଷ୍ପତ୍ତି ନେଇପାରିବେ ନାହିଁ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି।
ତେବେ ଫକୀରମୋହନ ବିଶ୍ୱବିଦ୍ୟାଳୟ ଓ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ ଚଳିତମାସରେ ଶେଷ ହେଉଥିଲେ ମଧ୍ୟ ସେମାନଙ୍କ କାର୍ଯ୍ୟକାଳ ବୃଦ୍ଧି ହୋଇନାହିଁ।

Leave A Reply

Your email address will not be published.