ପ୍ରମୁଖ ଖବର

ବର୍ଷକୁ ୨ ଥର ହେବ ସିବିଏସଇ ଦଶମ ପରୀକ୍ଷା
ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ
ରାଜସ୍ୱ ସେବା ପାଇଁ ଇ-ରେଜିଷ୍ଟ୍ରେସନ ଆପ୍‌ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ବାହାଘର ଦିନକ ପୂର୍ବରୁ ଦୁର୍ଘଟଣାରେ ଚାଲିଗଲା ବରର ଜୀବନ
ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତିଙ୍କ ପରଲୋକ
ବାସହୀନଙ୍କୁ ଚିହ୍ନଟ କରିବାକୁ ସରକାରଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଲଞ୍ଚ ହେଲା ଆକ୍ସିଅମ-୪: ମହାକାଶ ଅଭିମୁଖେ ଶୁଭାଂଶୁ

ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ କାରାଦଣ୍ଡ

0

କେନ୍ଦୁଝର: ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କଲେ କେନ୍ଦୁଝରର ଫାଷ୍ଟଟ୍ରାକ କୋର୍ଟ। ଅଭିଯୁକ୍ତ ଜଣକ ହେଲେ ସଦର ଥାନା କସିରା ଗ୍ରାମର ବିଦେଶିଆ ପ୍ରଧାନ(୨୨)। ବିଦେଶିଆଙ୍କୁ ଫାଷ୍ଟଟ୍ରାକ କୋର୍ଟ କେନ୍ଦୁଝରର ବିଚାରପତି ବିଜୟ କୁମାର ମିଶ୍ର ଦୋଷୀ ସାବ୍ୟସ୍ତ କରି ୨୦ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।

ଖବର ମୁତାବକ, ବିଦେଶିଆ ପ୍ରଧାନ ଜଣେ ୧୫ବର୍ଷର ନାବାଳିକାକୁ ଅପହରଣ ପରେ ବିବାହ କରି ଦୁଷ୍କର୍ମ କରିଆସୁଥିବା ନେଇ ଚାଇଲ୍ଡଲାଇନ ଟିମ୍‌‌ ଲିଡର ସୁକାନ୍ତି ପାତ୍ର ଜାଣିବାକୁ ପାଇଥିଲେ। ଏହା ପରେ ସେ ମେ’ ୩୧ ତାରିଖ ୨୦୨୦ ମସିହାରେ ସମ୍ପୃକ୍ତ ନାବାଳିକାକୁ ପ୍ରଥମେ ଉଦ୍ଧାର କରି ଏ ସମ୍ପର୍କରେ ସଦର ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପାଇବା ପରେ ପୋଲିସ ପକ୍ଷରୁ ଅଭିଯୁକ୍ତ ବିଦେଶିଆକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା।
ଏହି ମାମଲାରେ ମୋଟ ୧୮ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ଫାଷ୍ଟ ଟ୍ରାକ କୋର୍ଟ କେନ୍ଦୁଝରର ବିଚାରପତି ବିଜୟ କୁମାର ମିଶ୍ର ଗୁରୁବାର ଅଭିଯୁକ୍ତ ବିଦେଶିଆକୁ ଦୋଷୀ ସାବ୍ୟସ୍ତ କରି ୨୦ବର୍ଷ ସଶ୍ରମ କାରାଦଣ୍ଡ ସହ ୨୦ହଜାର ଟଙ୍କା ଜରିମାନା ଏବଂ ଜରିମାନା ଅନାଦେୟ ଅଧିକ ୧ବର୍ଷ ସଶ୍ରମ କାରାଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହ ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ କ୍ଷତିପୂରଣ ପ୍ରଦାନ ନିମନ୍ତେ ମଧ୍ୟ ଆଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ପେଶାଲ ପି.ପି ଜ୍ଞାନେନ୍ଦ୍ରନାଥ ଜେନା ମକଦ୍ଦମା ପରିଚାଳନା କରୁଥିଲେ।

Leave A Reply

Your email address will not be published.