ପ୍ରମୁଖ ଖବର

ରାଷ୍ଟ୍ରପତି ଭବନରେ ପ୍ରସାରିତ ହେଲା ‘ଶ୍ରୀ ଜଗନ୍ନାଥଙ୍କ ନବକଳେବର’
ପୁଣି ନାବାଳିକା ଦେହରେ ନିଆଁ
ନାବାଳିକାଙ୍କ ଶରୀର ୭୦ପ୍ରତିଶତ ପୋଡିଯାଇଛି- ଏମ୍ସ
ଟ୍ରକକୁ ପଛ ପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌
୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ
ବାଲେଶ୍ୱର ଘଟଣାକୁ ବିରୋଧ କରି ଜୁଲାଇ ୧୭ରେ ଓଡ଼ିଶା ବନ୍ଦ
ପୁସ୍ ଟ୍ରଲିକୁ ଧକ୍କା ଦେଲା ଟ୍ରେନ, ଜଣେ ମୃତ, ୨ ଗୁରୁତର
ଦୋଷୀଙ୍କୁ ତୁରନ୍ତ ଗିରଫ ସହ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: ଉପମୁଖ୍ୟମନ୍ତ୍ରୀ
ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ହାର୍ଡକୋର ମାଓବାଦୀ ମୃତ
କଟକ ଆଖପାଖ ଅଞ୍ଚଳକୁ ହେବ ସମୃଦ୍ଧ ମଡେଲ ଅଞ୍ଚଳ: ମୁଖ୍ୟମନ୍ତ୍ରୀ

ଗିରଫ ହେଲେ ଭବ ଦାସ

0

ଯାଜପୁର: ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ଭାଇ ଭବ ପ୍ରକାଶ ଦାସ ଗିରଫ। ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇ ଜେଲ୍‌ ଯାଇଛନ୍ତି ବିଜେଡି ନେତା ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ। ଆଜି ସକାଳେ ତାଙ୍କୁ ଗିରଫ କରାଯାଇ ଏସ୍‌ଡିଜିଏମ୍‌ଙ୍କ ବାସଭବନକୁ ଅଣାଯାଇଥିଲା। ଗତ ବିଳମ୍ବିତ ରାତିରେ ଯାଜପୁର ଟାଉନ ପୋଲିସ ଭବଙ୍କୁ ଅଟକ ରଖିଥିଲା। ଗତକାଲି ହାଟର ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଭବଙ୍କ ନାଁରେ ଏତଲା ଦିଆଯାଇଥିଲା।

ସୂଚନାଯୋଗ୍ୟ, ବହୁ ବର୍ଷ ପୂର୍ବରୁ ବିରଜା ମନ୍ଦିର ନିକଟରେ ଚାଲି ଆସୁଥିବା ବିରଜା ହାଟକୁ ପୂର୍ବ ସରକାର ଅମଳରେ ବିରଜା ପ୍ରକଳ୍ପ ପାଇଁ ଏହାକୁ ସନ୍ଥ ମାଧବ ନିକଟକୁ ସ୍ଥାନାନ୍ତର କରାଯାଇଥିଲା। ହେଲେ ସେଠି ଭଲ ବ୍ୟବସାୟ ହେଉ ନ ଥିବା ନେଇ ବାରମ୍ବାର ବ୍ୟବସାୟୀଙ୍କ ଅଭିଯୋଗରୁ ପୁଣି ହାଟକୁ ପୂର୍ବସ୍ଥାନକୁ ଫେରାଇ ଅଣାଯିବାକୁ ନିଷ୍ପତ୍ତି ହୋଇଥିଲା। ଯାହାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ।

ଗୋଟିଏ ଗୋଷ୍ଠୀ ପୂର୍ବ ସ୍ଥାନକୁ ହାଟ ଫେରିବା ଚାହୁଁଥିବା ବେଳେ ଅପର ଗୋଷ୍ଠୀ ବିରଜା ପ୍ରକଳ୍ପକୁ ଭଣ୍ଡୁର କରାଯିବାର ଉଦ୍ଦେଶ୍ୟ କହି ଏହାର ବିରୋଧ କରୁଥିଲେ। ହାଟ ସ୍ଥାନାନ୍ତର ପାଇଁ ପ୍ରଶାସନର ନିଷ୍ପତ୍ତି ବିରୋଧରେ ରାସ୍ତାରୋକ ବେଳେ ବିଧାୟକଙ୍କ ଗାଡ଼ି ସେଇ ରାସ୍ତା ଦେଇ ଅତିକ୍ରମ କରୁଥିବାବେଳେ ଆକ୍ରମଣ ହୋଇଥିଲା। ଏହି ଆକ୍ରମଣ ମାମଲାରେ ପୋଲିସ ୧୦ ଜଣଙ୍କୁ ଗିରଫ କରି ଜେଲ ହାଜତକୁ ପଠାଯାଇଛି। ବିଧାୟକ ହିମାଂଶୁ ତାଙ୍କ ଉପରେ ଆକ୍ରମଣ ଘଟଣାରେ ସିଧାସଳଖ ବବି ଦାସଙ୍କୁ ଦାୟୀ କରିଛନ୍ତି।

Leave A Reply

Your email address will not be published.