ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ସରକାରୀ କର୍ମଚାରୀଙ୍କୁ ଅବସର ଦିନ ମିଳିବ ପୂର୍ଣ୍ଣାଙ୍ଗ ପେନସନ

0

ଭୁବନେଶ୍ବର: ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର। ଏଣିକି ସରକାରୀ କର୍ମଚାରୀଙ୍କୁ ଅବସର ଦିନ ପୂର୍ଣ୍ଣାଙ୍ଗ ପେନସନ ସୁନିଶ୍ଚିତ ହେବ। ଏନେଇ ସବୁ ବିଭାଗ ସଚିବଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଲେ ମୁଖ୍ୟ ସଚିବ ମନୋଜ ଆହୁଜା।

ନିଜର ବିଭାଗ ତଥା ବିଭାଗ ଅଧିନସ୍ଥ ସମସ୍ତ ବିଭାଗ ମୁଖ୍ୟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସରକାର। ପ୍ରତି ମାସରେ ଅବସରପ୍ରାପ୍ତ କର୍ମଚାରୀଙ୍କ ପେନସନ ତଥ୍ୟ ପର ମାସ ୭ରେ ଦିଆଯିବ। ମୁଖ୍ୟ ସଚିବ ଆହୁଜା ଆଜି ରାଜ୍ୟର ସମସ୍ତ ବିଭାଗୀୟ ସଚିବମାନଙ୍କୁ ଚିଠି ଲେଖି ସରକାରୀ କର୍ମଚାରୀଙ୍କୁ ଅବସର ଗ୍ରହଣ ଦିନ ପୂର୍ଣ୍ଣାଙ୍ଗ ପେନସନ୍ ପ୍ରଦାନ ସଂକ୍ରାନ୍ତରେ ସରକାରଙ୍କ ନିର୍ଦ୍ଦେଶକୁ ପାଳନ କରାଯାଉନଥିବା ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ।

ଅବସର ଦିନ ହିଁ ପୂର୍ଣ୍ଣାଙ୍ଗ ପେନସନ୍ କର୍ମଚାରୀଙ୍କୁ ଦେବା ପାଇଁ ସାଧାରଣ ପ୍ରଶାସନ ବିଭାଗ ୨୦୧୯ ଡିସେମ୍ବର ୧୨ତାରିଖରୁ ନିର୍ଦ୍ଦେଶ ଦିଆଯାଇଥିଲେ ମଧ୍ୟ ବିଭାଗଗୁଡ଼ିକ ସଠିକ୍ ଭାବେ ଏହାକୁ ପାଳନ କରୁନଥିବା ତାଙ୍କ ଦୃଷ୍ଟିକୁ ଆସିଛି ବୋଲି କହିଛନ୍ତି । ତେଣୁ ଓଡ଼ିଶା ସିଭିଲ୍ ସର୍ଭିସ ପେନସନ୍ ନିୟମ-୧୯୯୨ ଓ ସାଧାରଣ ପ୍ରଶାସନ ବିଭାଗର ୨୦୧୯ ଡିସେମ୍ବର ୧୨ତାରିଖର ଚିଠି ଅନୁସାରେ ସମସ୍ତ ଯୋଗ୍ୟ ସରକାରୀ କର୍ମଚାରୀଙ୍କୁ ସେମାନଙ୍କର ଅବସର ଦିନ ହିଁ ପୂର୍ଣ୍ଣାଙ୍ଗ ପେନସନ୍ ପ୍ରଦାନ ନିମନ୍ତେ ନିଜ ବିଭାଗ ଅଧିନସ୍ଥ ସମସ୍ତ ବିଭାଗୀୟ ମୁଖ୍ୟ ଓ ପେନସନ୍ ମଞ୍ଜୁରକାରୀ ଅଫିସରଙ୍କୁ ପୁନଃ ଅବଗତ କରାଇବାକୁ ଆହୁଜା କହିଛନ୍ତି ।

Leave A Reply

Your email address will not be published.