ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଝାଡଖଣ୍ଡରେ ବାଜିମାରିଲେ କଳ୍ପନା ସୋରେନ

0

ଝାଡଖଣ୍ଡ: ଝାଡଖଣ୍ଡରେ ପୁଣିଥରେ ହେମନ୍ତ ସୋରେନ୍‌ ମୁଖ୍ୟମନ୍ତ୍ରୀ ହେବା ପ୍ରାୟ ନିଶ୍ଚିତ। ଝାଡଖଣ୍ଡରେ ବିଜେପିକୁ ସେମିତି ସଫଳତା ମିଳିନାହିଁ। ଝାଡଖଣ୍ଡର ବହୁ ଚର୍ଚ୍ଚିତ ସିଟ୍‌ ଦଖଲ କରିଛି ଜେଏମଏମ। ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ସୁମାର ଗୋଣ୍ଡେୟ ବିଧାନସଭା ଆସନରେ ବଡ଼ ବିଜୟ ହାସଲ କରିଛନ୍ତି। ତେବେ କଳ୍ପନାଙ୍କର ବିଜୟ ଆନୁଷ୍ଠାନିକ ଭାବେ ଘୋଷଣା ଏପର୍ଯ୍ୟନ୍ତ କରାଯାଇ ନାହିଁ।

ତେବେ କଳ୍ପନା ବହୁ ରାଉଣ୍ଡ ଆଗରେ ଅଛନ୍ତି। ତାଙ୍କ ପ୍ରତିଦ୍ୱନ୍ଦୀ ଭାଜପା ପ୍ରାର୍ଥୀ ମୁନିୟା ଦେବୀଙ୍କୁ ପରାଜୟର ସାମ୍ନା କରିବାକୁ ପଡିଛି। ଏହି ଆସନ ଜିତିବା ପାଇଁ କଳ୍ପନାଙ୍କୁ ବହୁ ସଂଘର୍ଷ କରିବାକୁ ପଡିଥିଲା। ଆରମ୍ଭରୁ କଳ୍ପନା ଏହି ଆସନରେ ହଜାର ଭୋଟରେ ପଛରେ ପଡ଼ିଥିଲେ, କିନ୍ତୁ ଶେଷରେ ସେ ବିଜୟୀ ହୋଇଛନ୍ତି। କଳ୍ପନାଙ୍କୁ ବର୍ତ୍ତମାନ ଝାଡଖଣ୍ଡ ବିଧାନସଭା ନିର୍ବାଚନରେ ଗେମ୍‌ ଚେଞ୍ଜର ଭାବରେ ବିବେଚନା କରାଯାଉଛି।

Leave A Reply

Your email address will not be published.