ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ଧାନ କିଣା ନେଇ ମିଲରଙ୍କୁ କଡା ଚେତାବନୀ ଦେଲେ ଯୋଗାଣ ମନ୍ତ୍ରୀ

0

ଭୁବନେଶ୍ବର: ଧାନ କିଣା ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ କଡ଼ା ଚେତାବନୀ। ଧାନ କିଣା ପ୍ରସଙ୍ଗ ନେଇ ମିଲର ମାନଙ୍କୁ କଡା ଚେତାବନୀ ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। କୃଷ୍ଣ ପାତ୍ର କହିଛନ୍ତି ଯେ, ସିଧାସଳଖ ମିଲର ମାନେ କୃଷକଙ୍କ ନିକଟରୁ ଧାନ କିଣି ପାରିବେ ନାହିଁ। କେବଳ ସରକାରଙ୍କ ଦ୍ଵାରା ସ୍ଥିରୀକୃତ ମଣ୍ଡି ରୁ ଧାର୍ଯ୍ୟ ଦରରେ ଧାନ କିଣିବେ।

ଏହା ସହ ବାହାରୁ ଧାନ କିଣୁଥିବା ମିଲରଙ୍କ ମିଲ୍‌ କୁ ସିଲ୍‌ କରାଯିବ। ଏହା ସହ ମିଲ୍‌ କୁ କଳା ତାଲିକାଭୁକ୍ତ କରାଯିବ। ସେ ଆଉ ବେପାର କରି ପାରିବ ନାହିଁ। ନୂଆପଡ଼ାରେ ଏହି କାରଣ ପାଇଁ ଏକ ମିଲ୍‌ କୁ ସିଲ୍‌ କରାଯାଇଥିବା ମନ୍ତ୍ରୀ କହିଛନ୍ତି। ସିଧାସଳଖ ମିଲରଙ୍କ ପାଖକୁ ଧାନ ଯିବ ନାହିଁ। ମନ୍ତ୍ରୀ ଆହୁରି କହିଛନ୍ତି ଯେ, ନିକଟରେ ନୂଆପଡ଼ାରେ ମିଲ ମାଲିକ ମଣ୍ଡିରୁ ଧାନ ନ କିଣି ୫୦୦ କୁଇଣ୍ଟାଲ ଧାନ ୧୭୦୦ ଟଙ୍କାରେ କିଣି ମହଜୁଦ ରଖିଥିଲା ତାକୁ ସିଲ କରାଯାଇଛି। ଆଗକୁ ଏମିତି ଯିଏ ବି କାମ କରିବ ତା ଉପରେ କଡା ଆକ୍ସନ ନେବେ ରାଜ୍ୟ ସରକାର। ଚାଷୀ ମାନଙ୍କୁ ଅପିଲ କରୁଛି ଟୋକନ ଯେଉଁ ସମୟରେ ଦିଆଯାଉଛି ସେହି ସମୟରେ ଧାନ ମଣ୍ଡିକୁ ଆଣନ୍ତୁ। ଧାନ ମଣ୍ଡିରେ ପଡ଼ି ରହିବ ନାହିଁ, ସରକାର ସେହି ଦିନ ହିଁ ଧାନ କିଣିନେବେ।

Leave A Reply

Your email address will not be published.