ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ଜଳିଗଲା କଣ୍ଟେନର୍, ଡ୍ରାଇଭର ଜୀବନ୍ତ ଦଗ୍ଧ

0

ବାଲେଶ୍ୱର: ବାଲେଶ୍ୱର ଜିଲା ଲକ୍ଷ୍ମଣନାଥ ଟୋଲ ଗେଟ୍ ନିକଟରେ ଘଟିଛି ଭୟଙ୍କର ଦୁର୍ଘଟଣା। ବାଲେଶ୍ୱର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥ ଲକ୍ଷ୍ମଣନାଥ ଟୋଲଗେଟ ନିକଟରେ ଶନିବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ କଣ୍ଟେନର ଟୋଲଗେଟକୁ ଧକ୍କା ଦେବା ପରେ ଜଳିଯାଇଥିବା ବେଳେ କଣ୍ଟେନର ଭିତରେ ଥିବା ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ହେଲପର ମଧ୍ୟ ଜଳି ଯାଇଥିବା ସନ୍ଦେହ କରା ଯାଉଛ।

କଣ୍ଟେନରଟିରେ ଚା’ ବୋଝେଇ ହୋଇଥିଲା। ତାହା ପଶ୍ଚିମବଙ୍ଗରୁ ତାମିଲନାଡୁ ଯାଉଥିବା ବେଳେ ଗତକାଲି ବିଳମ୍ବିତ ରାତିରେ ଘଟିଛି ଏହି ଦୁର୍ଘଟଣା। ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ଏବଂ ଜଳେଶ୍ବର ପୋଲିସ ପହଞ୍ଚି ନଆଁକୁ ଆୟତ୍ତ କରିବାରେ ଲାଗିଛନ୍ତି। ଡ୍ରାଇଭରର ଆଖି ଲାଗିଯାଇ ଥିବାରୁ ଏଭଳି ଭୟଙ୍କର ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି।

ଟ୍ରକ୍‌ଟି ଟୋଲଗେଟ୍‌ର ୬ ନମ୍ବର ଲେନ୍‌ର ସୁରକ୍ଷାବାଡ଼ ଭାଙ୍ଗି ଦ୍ରୁତଗତିରେ ମାଡ଼ିଯାଇଥିଲା ଓ ଟୋଲଗେଟ୍‌ରେ ପିଟି ହୋଇଥିଲା। ଏହା ପରେ ଟ୍ରକ୍‌ଟିରେ ନିଆଁ ଲାଗି ଯାଇଥିଲା। ଟୋଲଗେଟ୍‌ର ବିପୁଳ କ୍ଷତି ହୋଇଥିବା ସୂଚନା ମିଳୁଛି।

Leave A Reply

Your email address will not be published.