ପ୍ରମୁଖ ଖବର

ଅପରାଧୀଙ୍କୁ ମିଳିବ କଡ଼ା ଜବାବ, ସହିଦ ହେବାକୁ ବି ପ୍ରସ୍ତୁତ: ଡିଜିପି
ଏସ୍‌ବିଆଇର ତଥ୍ୟ ଲିକ୍‌: ଡାର୍କ ୱେବ୍‌ରେ ୩.୭୫ ଲକ୍ଷ ରେକର୍ଡ, ତଦନ୍ତ ଆରମ୍ଭ
ଟାଇଗର ଶ୍ରଫଙ୍କ ଉପରକୁ ଗୁଳିମାଡ଼ ମାମଲା: ଆଉ ୪ ଗିରଫ
୨୦୨୯ ସୁଦ୍ଧା ନିଶାମୁକ୍ତ ଭାରତ ଲକ୍ଷ୍ୟ: ଅମିତ ଶାହ

ନଭେମ୍ବର ୨୮ରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହେମନ୍ତ ସୋରେନ

0

ଝାଡ଼ଖଣ୍ଡ: ବିଧାନସଭା ନିର୍ବାଚନରେ ପୂର୍ଣ୍ଣ ବହୁମତରେ ବିଜୟୀ ହେବା ପରେ ଲଗାତାର ଦ୍ୱିତୀୟ ଥର ପାଇଁ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି ହେମନ୍ତ ସୋରେନ। ସେ ଆଜି ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ତଫା ପତ୍ର ଦେବା ସହ ସରକାର ଗଠନ କରିବାକୁ ଦାବି ଜଣାଇଛନ୍ତି।

ଗଙ୍ଗୱାରଙ୍କୁ ଭେଟିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ସୋରେନ କହିଛନ୍ତି, “ସରକାର ଗଠନ ପାଇଁ ଦାବି କରିଛି ଏବଂ ରାଜ୍ୟପାଳଙ୍କୁ ସହଯୋଗୀ ଦଳର ସମର୍ଥନ ପତ୍ର ଦେଇଛି। ସେ ଆମକୁ ସରକାର ଗଠନ ପାଇଁ ଆମନ୍ତ୍ରଣ କରିଛନ୍ତି। ନଭେମ୍ବର ୨୮ରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ।”

Leave A Reply

Your email address will not be published.