ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ

ମାଆକୁ ପିଟିପିଟି ହତ୍ୟା କଲା ପୁଅ

0

ଅନୁଗୁଳ: ଅନୁଗୁଳରେ ଅଭାବନୀୟ ଘଟଣା। ବୃଦ୍ଧା ମାଆକୁ ପିଟିପିଟି ହତ୍ୟା କଲା ନୃଶଂସ ପୁଅ। ଟାଉନ ଥାନା ସୁସୁଡ଼ା ଗାଁରେ ମଦ୍ୟପ ପୁଅର ଉନ୍ମତ୍ତକାଣ୍ଡ। ମାଆ ସହ ବଚସା ପରେ ଠେଙ୍ଗାରେ ପିଟିପିଟି ହତ୍ୟା କଲା ପୁଅ। ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ଅଭିଯୁକ୍ତ ପୁଅକୁ ଅଟକ ରଖି ପଚରାଉଚରା କରୁଛି ପୋଲିସ। ମୃତ ବୃଦ୍ଧାଙ୍କ ନାଁ ଲତା ନାଏକ, ବୟସ ୭୦ ବର୍ଷ।

ସୂଚନା ଅନୁସାରେ, ଗତକାଲି ରାତିରେ ପୁଅ ସରୋଜ ଏବଂ ମା’ ଲତାଙ୍କ ମଧ୍ୟରେ କୌଣସି କାରଣକୁ ନେଇ ବଚସା ହୋଇଥିଲା। ସେଥିରେ ଉତ୍ୟକ୍ତ ହୋଇ ସରୋଜ ନିଜ ମାଆଙ୍କୁ ମାଡ ମାରିଥିଲା। ଲତା ନିଜକୁ ରକ୍ଷା କରିବାକୁ ଅନେକ ଚେଷ୍ଟା କରିଥିଲେ ମଧ୍ୟ ପୁର ରାଗ ଶାନ୍ତ ହୋଇ ନଥିଲା। ଶେଷରେ ମାଆକୁ ପିଟି ପିଟି ହତ୍ୟା କରିଥିଲା ପୁଅ ସରୋଜ। ଏନେଇ ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଆଧାରରେ ଟାଉନ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ବେଳେ ଅଭିଯୁକ୍ତ ସରୋଜଙ୍କୁ ଅଟକ ରଖି ପଚରାଉଚରା କରୁଛି। ପୁଲିସ୍ ଘଟଣାସ୍ଥଳକୁ ଯାଞ୍ଚ କରିବା ସହିତ ଘଟଣାର ତଦନ୍ତ କରୁଛି।

Leave A Reply

Your email address will not be published.