ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍

ଡ଼ିସେମ୍ବର ୪ରେ ପୁରୀ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

0

ମୁତୟନ ହେବେ ୮୦ ପ୍ଲାଟୁନ ପୋଲିସ
ପୁରୀ: ଆସନ୍ତା ଡ଼ିସେମ୍ବର ୪ରେ ପୁରୀ ବ୍ଲୁ ଫ୍ଲାଗ ବିଚ୍ ଠାରେ ଅନୁଷ୍ଠିତ ହେବାକୁ ଥିବା ଭାରତୀୟ ନୌସେନା ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବା ପାଇଁ ପୁରୀ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିସହ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଦର୍ଶନ କରିବେ ରାଷ୍ଟ୍ରପତି। ପରେ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ହୀରକ ଜୟନ୍ତୀରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ତେବେ ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବା ବେଳେ ପୋଲିସ ମହାନିର୍ଦ୍ଦେଶକ ଓ୍ବାଇ ବି ଖୁରାନିଆ ଆଜି ପୁରୀ ଗସ୍ତରେ ଆସି ସମସ୍ତ ବ୍ୟବସ୍ଥାର ଅନୁଧ୍ୟାନ ସହ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ବୈଠକ କରିଛନ୍ତି। ସୁରକ୍ଷା ଦାୟିତ୍ବରେ ସମୁଦାୟ ୮୦ ପ୍ଲାଟୁନ ପୋଲିସ ଫୋର୍ସ ସହ ୩୦୦ ବରିଷ୍ଠ ଅଧିକାରୀ ମୁତୟନ ହେବେ। ପୋଲିସ ଡିଜି ପ୍ରଥମେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ପରେ ସମଙ୍ଗ ପାର୍କିଂ, ବ୍ଲୁ ଫ୍ଲାଗ ବିଚ୍, ରାଜଭବନ ସହ ସମୁଦ୍ର କୂଳ ଯାଇ ସମସ୍ତ ବ୍ୟବସ୍ଥାର ଅନୁଧ୍ୟାନ କରିଥିଲେ। ପରେ ବରିଷ୍ଠ ପୋଲିସ ଅଧିକାରୀ ଙ୍କ ସହ ଏସପିଙ୍କ କାର୍ଯ୍ୟାଳୟରେ ବୈଠକ କରିଥିଲେ ଡିଜିପି। ଭୁବନେଶ୍ଵର ଠାରୁ ପୁରୀ ଏବଂ ସମ୍ପୂର୍ଣ୍ଣ ପୁରୀ ସହରରେ ଟ୍ରାଫିକ ଏବଂ ପାର୍କିଂ ବ୍ୟବସ୍ଥା ଉପରେ ବିଶେଷ ଦୃଷ୍ଟି ଦିଆଯାଇଛି।

Leave A Reply

Your email address will not be published.