ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ

ରତ୍ନଭଣ୍ଡାର ଭିତରେ ନାହିଁ କୌଣସି ଗୁପ୍ତ କୋଠରୀ କି ରହସ୍ୟପୂର୍ଣ୍ଣ ସୁଡ଼ଙ୍ଗ

0

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରେ ନାହିଁ କୌଣସି ଗୁପ୍ତ କୋଠରୀ କି ରହସ୍ୟପୂର୍ଣ୍ଣ ସୁଡ଼ଙ୍ଗ। ଖୁବ ଶୀଘ୍ର ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାମ। ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।

ଦିନେ ଦୁଇ ଦିନ ଭିତରେ ରତ୍ନଭଣ୍ଡାରର ମରାମତି କାମ ଆରମ୍ଭ ହେବ ବୋଲି ଆଇନ ମନ୍ତ୍ରୀ ସୂଚନା ଦେଇଛନ୍ତି। ଭାରତୀୟ ପ୍ରତ୍ନତାତ୍ୱିକ ସର୍ବେକ୍ଷଣ ସଂସ୍ଥା ପକ୍ଷରୁ ୪୫ ପୃଷ୍ଠା ସମ୍ୱଳିତ ଜିପିଆରଏସ୍ ସର୍ଭେ ରିପୋର୍ଟ, ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହେବା ପରେ ସାମ୍ନାକୁ ଆସିଛି ଏ ତଥ୍ୟ। ରତ୍ନଭଣ୍ଡାରରେ ଗୁପ୍ତ ସୁଡ଼ଙ୍ଗ କି କୋଠରୀ ନଥିବା ଜିପିଆର ସର୍ଭେରୁ ସ୍ପଷ୍ଟ ସଙ୍କେତ ମିଳିବା ପରେ ଏବେ ମରାମତି ପାଇଁ ବାଟ ଫିଟିଛି। ଗତ ସେପ୍ଟମ୍ବର ୨୧ ଓ ୨୨ ଦୁଇଦିନ ଧରି ହାଇଦ୍ରାବାଦସ୍ଥିତ ନ୍ୟାସନାଲ ଜିଓଫିଜିକାଲ୍ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ରତ୍ନଭଣ୍ଡାରର ଜିପିଆର ସର୍ଭେ ହୋଇଥିଲା। ଦୁଇ ମାସ ପରେ ଏହି ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହୋଇଛି। ଯେଉଁଥିରେ ରତ୍ନଭଣ୍ଡାରରେ ଗୁପ୍ତ ସୁଡଙ୍ଗ କି ଅଧିକ କୋଠରୀ ନଥିବା ସ୍ପଷ୍ଟ କରାଯାଇଛି।

ରତ୍ନଭଣ୍ଡାର ଗଣତିମଣତି ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଆଗରୁ ସୂଚନା ଦେଇଥିଲେ। କାର୍ତ୍ତିକ ମାସରେ ଭକ୍ତଙ୍କ ପ୍ରବଳ ଭିଡ଼ ହେତୁ ଏଏସଆଇ ରତ୍ନଭଣ୍ଡାରର ମରାମତି କାମ କରିପାରିନଥିଲା। ହେଲେ ଏବେ ମରାମତି କାମ ଆରମ୍ଭ ହେବ। ଏନେଇ ଏଏସଆଇ ପକ୍ଷରୁ ପ୍ରସ୍ତୁତି ସରିଛି। ମୁଁ ଆଶା କରୁଛି, ଜାନୁଆରି ଶେଷ ସୁଦ୍ଧା ରତ୍ନଭଣ୍ଡାର ଗଣତିମଣତି ସରିବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.