ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ସରିଲା ସର୍ବଦଳୀୟ ବୈଠକ, ୨୬ରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ

0

ଭୁବନେଶ୍ବର: ଆସନ୍ତାକାଲି ଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ଶୀତକାଳୀନ ଅଧିବେଶନ। ଏହା ପୂର୍ବରୁ ଆଜି ଅନୁଷ୍ଠିତ ହୋଇଛି ସର୍ବଦଳୀୟ ବୈଠକ। ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିଥିବା ବେଳେ ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ୍, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ୍ ପ୍ରମୁଖ ଉପସ୍ଥିତ ରହିଛନ୍ତି । କାଲିଠାରୁ ବିଭିନ୍ନ ବିଷୟ ନେଇ ଗୃହରେ କିପରି ସୁସ୍ଥ ବାତାବରଣ ବଜାୟ ରଖିବା ଏବଂ ଗୃହର ଗରିମା ଅକ୍ଷୁର୍ଣ୍ଣ ରଖିବା, ସେନେଇ ଶାସକ ଏବଂ ବିରୋଧୀ ଦଳ ନେତାଙ୍କ ସହ ଆଲୋଚନା କରୁଛନ୍ତି ବାଚସ୍ପତି।

ତେବେ ନଭେମ୍ବର ୨୬ ଅର୍ଥାତ୍ ଆସନ୍ତାକାଲି ଠାରୁ ଆରମ୍ଭ ହେଉଛି ବିଧାନସଭାର ଶୀତକାଳୀନ ଅଧିବେଶନ। ଯାହା ଆସନ୍ତା ଡିସେମ୍ବର ୩୧ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅଧିବେଶନ ଆରମ୍ଭ ଦିନରେ ହିଁ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ ରାଜ୍ୟ ସରକାର। ଅଧିବେଶନରେ ମୋଟ ୩୦ଟି କାର୍ଯ୍ୟ ଦିବସ ରହିଛି। ତେବେ ଆମ୍ବ ଟାକୁଆ ଖାଇ ମୃତ୍ୟୁ ପ୍ରସଙ୍ଗ, ଓ୍ବାକଫ୍ ବୋର୍ଡ ପ୍ରସଙ୍ଗ ଭଳି ବିଭିନ୍ନ ପ୍ରସଙ୍ଗରେ ବିରୋଧୀ ସରକାରଙ୍କୁ ଘେରିବା ନେଇ ସମ୍ଭାବନା ରହିଥିବା ବେଳେ ଏନେଇ ଶାସକ ବିଜେପି ଦଳ ପକ୍ଷରୁ ମୁକାବିଲା ପାଇଁ ଦଳୀୟ ବୈଠକ ଆୟୋଜିତ ହୋଇଛି।

Leave A Reply

Your email address will not be published.