ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

୧୨ ହଜାର ୧୫୬ କୋଟି ଟଙ୍କାର ବଜେଟ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ଆଜି ବିଧାନସଭାରେ ଉପସ୍ଥାପନ ହେଲା ଅତିରିକ୍ତ ବଜେଟ୍। ୧୨ ହଜାର ୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟ୍ ରେ ରତ୍ନଭଣ୍ଡାର ପାଇଁ ୫ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି। ଏଥିରେ ରତ୍ନଭଣ୍ଡାର ମରାମତି ଓ ରକ୍ଷଣାବେକ୍ଷଣ କରିବା ବ୍ୟବସ୍ଥା କରାଯିବ। ଶ୍ରୀମନ୍ଦିର ପରିକ୍ରମାର ବିସ୍ତୃତି ସୁବିଧା ବିକାଶ ପାଇଁ ୨୬ କୋଟି ଖର୍ଚ୍ଚ ହେବ। ସେହିପରି, ମଧୁବାବୁ ପେନସନ୍ ଯୋଜନାରେ ୩୩୮ କୋଟି ଟଙ୍କାର ବ୍ୟବସ୍ଥା ହୋଇଥିବାବେଳେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ବଜେଟରେ ୬୪୪ କୋଟି ଟଙ୍କା ବ୍ୟୟ ଅଟକଳ ହୋଇଛି।

ବନ୍ୟା ନିୟନ୍ତ୍ରଣ ଓ ଡ୍ରେନେଜ୍ ପାଇଁ ୬୬ କୋଟି ଟଙ୍କା ଖର୍ଚ୍ଚ ହେବ। ସିଏପିଏଫ୍ ମୁତୟନ ପାଇଁ ୨୯୯ କୋଟି ଟଙ୍କା ବ୍ୟୟବରାଦ ହୋଇଥିବାବେଳେ ପୁଲିସ ଷ୍ଟେସନ ଓ ଫାଣ୍ଡିରେ ସିସିଟିଭି ପାଇଁ ୫୧ କୋଟି ଟଙ୍କା ଖର୍ଚ୍ଚ ହେବ। ଅଗ୍ନିଶମ ସେବାର ଆଧୁନୀକିକରଣ ଓ ସମ୍ପ୍ରସାରଣ ପାଇଁ ୧୨୦ କୋଟି ଟଙ୍କା ଅଟକଳ ହୋଇଛି ବଜେଟରେ ‘ସୁଭଦ୍ରା’ ଯୋଜନା ପାଇଁ ୧୧୯୬ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି।

Leave A Reply

Your email address will not be published.