ପ୍ରମୁଖ ଖବର

ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର

୧୨ ହଜାର ୧୫୬ କୋଟି ଟଙ୍କାର ବଜେଟ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ଆଜି ବିଧାନସଭାରେ ଉପସ୍ଥାପନ ହେଲା ଅତିରିକ୍ତ ବଜେଟ୍। ୧୨ ହଜାର ୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟ୍ ରେ ରତ୍ନଭଣ୍ଡାର ପାଇଁ ୫ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି। ଏଥିରେ ରତ୍ନଭଣ୍ଡାର ମରାମତି ଓ ରକ୍ଷଣାବେକ୍ଷଣ କରିବା ବ୍ୟବସ୍ଥା କରାଯିବ। ଶ୍ରୀମନ୍ଦିର ପରିକ୍ରମାର ବିସ୍ତୃତି ସୁବିଧା ବିକାଶ ପାଇଁ ୨୬ କୋଟି ଖର୍ଚ୍ଚ ହେବ। ସେହିପରି, ମଧୁବାବୁ ପେନସନ୍ ଯୋଜନାରେ ୩୩୮ କୋଟି ଟଙ୍କାର ବ୍ୟବସ୍ଥା ହୋଇଥିବାବେଳେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ବଜେଟରେ ୬୪୪ କୋଟି ଟଙ୍କା ବ୍ୟୟ ଅଟକଳ ହୋଇଛି।

ବନ୍ୟା ନିୟନ୍ତ୍ରଣ ଓ ଡ୍ରେନେଜ୍ ପାଇଁ ୬୬ କୋଟି ଟଙ୍କା ଖର୍ଚ୍ଚ ହେବ। ସିଏପିଏଫ୍ ମୁତୟନ ପାଇଁ ୨୯୯ କୋଟି ଟଙ୍କା ବ୍ୟୟବରାଦ ହୋଇଥିବାବେଳେ ପୁଲିସ ଷ୍ଟେସନ ଓ ଫାଣ୍ଡିରେ ସିସିଟିଭି ପାଇଁ ୫୧ କୋଟି ଟଙ୍କା ଖର୍ଚ୍ଚ ହେବ। ଅଗ୍ନିଶମ ସେବାର ଆଧୁନୀକିକରଣ ଓ ସମ୍ପ୍ରସାରଣ ପାଇଁ ୧୨୦ କୋଟି ଟଙ୍କା ଅଟକଳ ହୋଇଛି ବଜେଟରେ ‘ସୁଭଦ୍ରା’ ଯୋଜନା ପାଇଁ ୧୧୯୬ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି।

Leave A Reply

Your email address will not be published.