ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଏକନାଥ ସିନ୍ଦେ

0

ମହାରାଷ୍ଟ୍ର: ଇସ୍ତଫା ଦେଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ। ଏକନାଥ ସିନ୍ଦେ। ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ପଦବୀକୁ ନେଇ ମହାୟୁତି ଗଠବନ୍ଧନରେ ବିବାଦ ଲାଗି ରହିଛି। ଏହି ସମୟରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ପଦରୁ ଏକନାଥ ଶିନ୍ଦେ ଇସ୍ତଫା ଦେଇଛନ୍ତି। ରାଜଭବନ ଯାଇ ରାଜ୍ୟପାଳ ସିପି ରାଧାକ୍ରିଷ୍ଣନଙ୍କୁ ଭେଟି ସେ ନିଜ ଇସ୍ତଫାପତ୍ର ଦେଇଛନ୍ତି। ଏକନାଥ ସିନ୍ଦେଙ୍କ ସହ ତାଙ୍କ ପୂରା ମନ୍ତ୍ରିମଣ୍ଡଳ ମଧ୍ୟ ଇସ୍ତଫା ଦେଇଛନ୍ତି। ମହାରାଷ୍ଟ୍ର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ ତାଙ୍କୁ ପରବର୍ତ୍ତୀ ସରକାରର ଶପଥ ଗ୍ରହଣ ପର୍ଯ୍ୟନ୍ତ ତାଙ୍କ ପଦରେ ରହିବାକୁ କହିଛନ୍ତି।

ସିଏମଙ୍କ ଇସ୍ତଫା ସହିତ ନୂତନ ମୁଖ୍ୟମନ୍ତ୍ରୀଙ୍କ ସମ୍ପର୍କରେ ଚାଲିଥିବା ଆଲୋଚନା ମଧ୍ୟ ଶେଷ ହୋଇଛି। ଏବେ ବିଶ୍ୱାସ କରାଯାଉଛି ଯେ ଭାଜପା ବିଧାନସଭା ପାର୍ଟିର ବୈଠକ ପରେ ଆଜି ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ ମଧ୍ୟ ଘୋଷଣା କରାଯିବ। ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ​​ବିଜେପି, ଶିବସେନା ଏବଂ ଏନସିପିର ମେଣ୍ଟକୁ ବହୁମତ ମିଳିଛି । ତେବେ ଏବେ ବି କିଏ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେବେ ତାହାକୁ ନେଇ ସସ୍‌ପେନ୍ସ ଏବେ ବି ରହିଛି।

Leave A Reply

Your email address will not be published.