ପ୍ରମୁଖ ଖବର

ଦୁଇଦିନିଆ ମାଲେସିଆ ଗସ୍ତ ଶେଷ କରି ଦେଶ ଫେରିଲେ ପ୍ରଧାନମନ୍ତ୍ରୀ
୪୧ଟି ପୋଲିସ ଷ୍ଟେସନରେ ସିସିଟିଭି କ୍ୟାମେରା ପୁନଃସ୍ଥାପନ କରିବାକୁ ନିର୍ଦ୍ଦେଶ
ପୀତବାସ ପଣ୍ଡା ହତ୍ୟା ମାମଲା: ‘ମୋତେ ଫସାଇ ଦିଆଯାଇଛି’,ବିକ୍ରମ ପଣ୍ଡା
୧୦ ଫୁଟ୍‌ ତଳକୁ ଖସିଲା ଭ୍ୟାନ୍, ୧୭ ଆହତ
ବଢ଼ିବ ଭାରତୀୟ ବାୟୁସେନାର ଶକ୍ତି: ୧୧୪ଟି ରାଫେଲ କିଣିବାକୁ ପ୍ରସ୍ତୁତ ଭାରତ

ସୋଫା କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ୩ ଶ୍ରମିକ ଜୀବନ୍ତ ଦଗ୍ଧ

0

ନୂଆଦିଲ୍ଲୀ: ଦିଲ୍ଲୀର ଗ୍ରେଟର ନୋଏଡା ଠାରେ ଥିବା ଏକ ସୋଫା କାରଖାନାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୩ ଜଣ ଶ୍ରମିକ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି।କାରଖାନାରେ ଶ୍ରମିକମାନେ ଶୋଇଥିବା ସମୟରେ ଏହି ଅଗ୍ନିକାଣ୍ଡ ଘଟିଥିଲା।

ଅଗ୍ନିକାଣ୍ଡ ଏତେ ଭୟଙ୍କର ଥିଲା ଯେ, ସେଥିରୁ ତିନି ଜଣ ଶ୍ରମିକ ବାହାରି ନପାରି ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି। ମୃତକମାନେ ହେଉଛନ୍ତି ୨୩ ବର୍ଷୀୟ ଗୁଲଫାମ (ମଥୁରା ବାସିନ୍ଦା), ୨୯ ବର୍ଷୀୟ ମଜହର ଆଲାମ (ବିହାର ବାସିନ୍ଦା) ଏବଂ ୨୪ ବର୍ଷୀୟ ଦିଲଶାଦ (ବିହାରର ଆରାରିଆ ବାସିନ୍ଦା)। ଅଗ୍ନିକାଣ୍ଡ ବାବଦରେ ଖବର ପାଇ ସ୍ଥାନୀୟ ପୁଲିସ ଏବଂ ଅଗ୍ନିଶମ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ। କିଛି ଘଣ୍ଟା ପରେ ନିଆଁକୁ ନିୟନ୍ତ୍ରଣ କରିବା ପରେ ତିନି ଜଣଙ୍କୁ ଉଦ୍ଧାର କରିଥିଲେ। ମାତ୍ର ସେମାନଙ୍କର ମୃତ୍ୟୁ ଘଟି ସାରିଥିଲା।

ତେବେ କେଉଁ କାରଣରୁ ସୋଫା ଫ୍ୟାକ୍ଟ୍ରିରେ ନିଆଁ ଲାଗିଲା କାରଣ ଜଣାପଡ଼ିନାହିଁ। କାରଖାନାରେ ଅନ୍ୟ ଶ୍ରମିକ ଥିଲେ କି ନାହିଁ ତାହା ମଧ୍ୟ ସ୍ପଷ୍ଟ ହୋଇନାହିଁ। ପୁଲିସ ଘଟଣାସ୍ଥଳରେ ଉପସ୍ଥିତ ରହି ସ୍ଥିତିର ଅନୁଧ୍ୟାନ କରୁଛି।

Leave A Reply

Your email address will not be published.