ପ୍ରମୁଖ ଖବର

କିସ୍‍ ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନ
୧୦ ଶିକ୍ଷକଙ୍କ ଦରମା ବନ୍ଦ କଲେ ବିଇଓ
ଓଡ଼ିଶାରେ ଗତ ୨ ବର୍ଷରେ ୧୧,୩୩୭ ଶିଶୁ ନିଖୋଜ
୪ ନମ୍ୱର ଆମିଷ ବଜାରରୁ ହଟିବ ସମସ୍ତ ଜବରଦଖଲ
ରୋଗୀସେବାରେ ସାମିଲ ହେବ ୨୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ
ଅନେକ ପ୍ରେରଣା ଆଣିଛି ନଭେମ୍ବର ମାସ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ମାର୍ଚ୍ଚ ୭ ‘ସୁଭଦ୍ରା’ ଆବେଦନର ଶେଷ ତାରିଖ

0

ଭୁବନେଶ୍ବର: ୨୦୨୫ ମାର୍ଚ୍ଚ ୭ ‘ସୁଭଦ୍ରା’ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ। ଏନେଇ ମଙ୍ଗଳବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମାର୍ଚ୍ଚ ୮ ମହିଳା ଦିବସରେ ୨ୟ କିସ୍ତି ‘ସୁଭଦ୍ରା’ ଟଙ୍କା ମିଳିବ। ତେଣୁ ମାର୍ଚ୍ଚ ୭ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ। ମାର୍ଚ୍ଚ ୮ ମହିଳା ଦିବସରେ ଦ୍ୱିତୀୟ କିସ୍ତି ସୁଭଦ୍ରା ଟଙ୍କା ମିଳିବ। ବ୍ୟାଙ୍କରେ ଅଯଥା ଭିଡ଼ ନଜମାଇବାକୁ ହିତାଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ।

ବଣ୍ଡା ଘାଟିରେ ‘ସୁଭଦ୍ରା’ ଅପହଞ୍ଚ ନେଇ ପ୍ରତିକ୍ରିୟା ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ‘ସରକାରୀ ଅଧିକାରୀ ବଣ୍ଡାଘାଟି ଯାଇ ଲୋକଙ୍କ ପାଖରେ ପହଞ୍ଚିବେ। ଯାହା ସମସ୍ୟା ରହିଛି ତାହାକୁ ଦୂର କରିବେ ସରକାରୀ ଅଧିକାରୀ। ବଣ୍ଡା ଘାଟିର ୧୭୧୧ ମହିଳାଙ୍କ ମଧ୍ୟରୁ ୫ ଶହରୁ ଊର୍ଦ୍ଧ୍ୱ ହିତାଧିକାରୀ ସୁଭଦ୍ରା ଟଙ୍କା ପାଇସାରିଛନ୍ତି। ଆବେଦନ ସମସ୍ୟା ନେଇ ଅନ୍ୟ ହିତାଧିକାରୀମାନେ ସୁଭଦ୍ରା ଟଙ୍କା ପାଇବାରେ ବିଳମ୍ବ ହୋଇଛି।’ ତେଣୁ ଯାହା ବି ସମସ୍ୟା ରହିଛି ଦୂର କରାଯାଇ ସେମାନଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ ବୋଲି ପ୍ରଭାତୀ କହିଛନ୍ତି।

ବର୍ତ୍ତମାନ ସୁଦ୍ଧା ୩ଟି ପର୍ଯ୍ୟାୟରେ ମୋଟ ୮୦ ଲକ୍ଷ ୪୬ ହଜାର ମହିଳାଙ୍କୁ ସୁଭଦ୍ରା ସହାୟତା ରାଶି ମିଳିସାରିଲାଣି। ଡିସେମ୍ବରରେ ଚତୁର୍ଥ ପର୍ଯ୍ୟାୟରେ ଆଉ ୨୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ଦେଇ କୋଟିଏ ହିତାଧିକାରୀଙ୍କୁ ସାମିଲ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା କହିଛନ୍ତି।

Leave A Reply

Your email address will not be published.