ପ୍ରମୁଖ ଖବର

ଶ୍ରୀମନ୍ଦିରରେ ଆସୁଛି ଇ-ହୁଣ୍ଡି ବ୍ୟବସ୍ଥା; ବିଶ୍ୱର ଯେକୌଣସି ସ୍ଥାନରୁ କରିହେବ ଦାନ
ଦିଲ୍ଲୀ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ: ୨୧ ମୃତ, ୪୦ରୁ ଅଧିକ ଉଦ୍ଧାର
ସରକାରୀ ଗାଡ଼ି ପାଇଁ ପେଟ୍ରୋଲ ପମ୍ପକୁ ମିଳିବ ଆଗୁଆ ଟଙ୍କା
୩୯,୨୯୦ କୋଟିର ମେଗା ପ୍ୟାକେଜକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି
କର୍ଣ୍ଣାଟକର ୩୪ତମ ମୁଖ୍ୟମନ୍ତ୍ରୀ ଭାବେ ଡି.କେ. ଶିବକୁମାରଙ୍କ ଶପଥ ଗ୍ରହଣ
ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ,ବିବାହ ପରେ ବି ପିତାମାତାଙ୍କ ପରିବାରର ସଦସ୍ୟ ଝିଅ

ମାର୍ଚ୍ଚ ୭ ‘ସୁଭଦ୍ରା’ ଆବେଦନର ଶେଷ ତାରିଖ

0

ଭୁବନେଶ୍ବର: ୨୦୨୫ ମାର୍ଚ୍ଚ ୭ ‘ସୁଭଦ୍ରା’ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ। ଏନେଇ ମଙ୍ଗଳବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମାର୍ଚ୍ଚ ୮ ମହିଳା ଦିବସରେ ୨ୟ କିସ୍ତି ‘ସୁଭଦ୍ରା’ ଟଙ୍କା ମିଳିବ। ତେଣୁ ମାର୍ଚ୍ଚ ୭ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ। ମାର୍ଚ୍ଚ ୮ ମହିଳା ଦିବସରେ ଦ୍ୱିତୀୟ କିସ୍ତି ସୁଭଦ୍ରା ଟଙ୍କା ମିଳିବ। ବ୍ୟାଙ୍କରେ ଅଯଥା ଭିଡ଼ ନଜମାଇବାକୁ ହିତାଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ।

ବଣ୍ଡା ଘାଟିରେ ‘ସୁଭଦ୍ରା’ ଅପହଞ୍ଚ ନେଇ ପ୍ରତିକ୍ରିୟା ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ‘ସରକାରୀ ଅଧିକାରୀ ବଣ୍ଡାଘାଟି ଯାଇ ଲୋକଙ୍କ ପାଖରେ ପହଞ୍ଚିବେ। ଯାହା ସମସ୍ୟା ରହିଛି ତାହାକୁ ଦୂର କରିବେ ସରକାରୀ ଅଧିକାରୀ। ବଣ୍ଡା ଘାଟିର ୧୭୧୧ ମହିଳାଙ୍କ ମଧ୍ୟରୁ ୫ ଶହରୁ ଊର୍ଦ୍ଧ୍ୱ ହିତାଧିକାରୀ ସୁଭଦ୍ରା ଟଙ୍କା ପାଇସାରିଛନ୍ତି। ଆବେଦନ ସମସ୍ୟା ନେଇ ଅନ୍ୟ ହିତାଧିକାରୀମାନେ ସୁଭଦ୍ରା ଟଙ୍କା ପାଇବାରେ ବିଳମ୍ବ ହୋଇଛି।’ ତେଣୁ ଯାହା ବି ସମସ୍ୟା ରହିଛି ଦୂର କରାଯାଇ ସେମାନଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ ବୋଲି ପ୍ରଭାତୀ କହିଛନ୍ତି।

ବର୍ତ୍ତମାନ ସୁଦ୍ଧା ୩ଟି ପର୍ଯ୍ୟାୟରେ ମୋଟ ୮୦ ଲକ୍ଷ ୪୬ ହଜାର ମହିଳାଙ୍କୁ ସୁଭଦ୍ରା ସହାୟତା ରାଶି ମିଳିସାରିଲାଣି। ଡିସେମ୍ବରରେ ଚତୁର୍ଥ ପର୍ଯ୍ୟାୟରେ ଆଉ ୨୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ଦେଇ କୋଟିଏ ହିତାଧିକାରୀଙ୍କୁ ସାମିଲ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା କହିଛନ୍ତି।

Leave A Reply

Your email address will not be published.