ପ୍ରମୁଖ ଖବର

ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର

୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ

0

ଭୁବନେଶ୍ବର: ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରାଜ୍ୟରେ ହେବାକୁ ଥିବା ୩ ଦିନିଆ ପୋଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କ ସମ୍ମିଳନୀରେ ହେବେ ସାମିଲ । ଏନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।

ସେ କହିଛନ୍ତି, ୨୯ ତାରିଖରେ ମୋଦୀ ଓଡିଶା ଆସିବେ। ନଭେମ୍ବର ୩୦ ଓ ଡିସେମ୍ବର ୧ ତାରିଖରେ ଲୋକସେବା ଭବନ କନଫରେନ୍ସ ହଲରେ ଆୟୋଜିତ ହେବାକୁ ଥିବା ଡିଜିପି ସମ୍ମିଳନୀରେ ଭାଗ ନେବେ। ପ୍ରଥମ ଥର ପାଇଁ ଓଡ଼ିଶାରେ ହେବାକୁ ଯାଉଛି ସର୍ବଭାରତୀୟ ପୋଲିସ ଡିଜି କନଫରେନ୍ସ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଓ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ପ୍ରମୁଖ ଯୋଗ ଦେବେ। ପ୍ରଥମ ଦିନ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଏହି ସମ୍ମିଳନୀକୁ ଉଦଘାଟନ କରିବେ।

ଏହି ସମ୍ମିଳନୀରେ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ଡିଜିପି ଯୋଗଦେବେ। ଏହା ସହିତ ବିଭିନ୍ନ ସୁରକ୍ଷା ଏଜେନ୍ସିର ମୁଖ୍ୟମାନେ ଏଥିରେ ଯୋଗ ଦେବେ। ଜାତୀୟ ସ୍ତରରେ ଥିବା ସୁରକ୍ଷା ଜନିତ ସମସ୍ୟା ସମ୍ପର୍କରେ ଏହି ସମ୍ମିଳନୀରେ ଆଲୋଚନା କରାଯିବ। ରାଜ୍ୟର ସୁରକ୍ଷା ନେଇ ମଧ୍ୟ ଆଲୋଚନା ହେବ।

Leave A Reply

Your email address will not be published.