ପ୍ରମୁଖ ଖବର

କିସ୍‍ ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନ
୧୦ ଶିକ୍ଷକଙ୍କ ଦରମା ବନ୍ଦ କଲେ ବିଇଓ
ଓଡ଼ିଶାରେ ଗତ ୨ ବର୍ଷରେ ୧୧,୩୩୭ ଶିଶୁ ନିଖୋଜ
୪ ନମ୍ୱର ଆମିଷ ବଜାରରୁ ହଟିବ ସମସ୍ତ ଜବରଦଖଲ
ରୋଗୀସେବାରେ ସାମିଲ ହେବ ୨୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ
ଅନେକ ପ୍ରେରଣା ଆଣିଛି ନଭେମ୍ବର ମାସ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ସୁଜାତା କାର୍ତ୍ତିକେୟନଙ୍କ ଛୁଟି ଆବେଦନ ଖାରଜ କଲେ ରାଜ୍ୟ ସରକାର

0

ଭୁବନେଶ୍ବର: ଭିକେ ପାଣ୍ଡିଆନଙ୍କ ପତ୍ନୀ ଆଇଏଏସ୍‌ ସୁଜାତା କାର୍ତ୍ତିକେୟନ ରାଉତଙ୍କୁ ଶକ୍ତ ଝଟକା ଦେଇଛନ୍ତି ସରକାର। ମେ’ ୩୧ରୁ ୬ମାସ ଛୁଟିରେ ପଳାଇଥିବା ସୁଜାତା ପୁଣିଥରେ ନିଜର ଛୁଟିକୁ ଆଉ ୬ମାସ ବୃଦ୍ଧି ପାଇଁ କରିଥିବା ଆବେଦନକୁ ରାଜ୍ୟ ସରକାର ଖାରଜ କରିଛନ୍ତି। ଏହାସହିତ ଆସନ୍ତାକାଲି ଅର୍ଥାତ୍ ନଭେମ୍ବର ୨୭ରୁ ଚାକିରିରେ ଯୋଗ ଦେବା ପାଇଁ ପରାମର୍ଶ ମଧ୍ୟ ଦେଇଛନ୍ତି। ନିଜ ସନ୍ତାନର ଯତ୍ନ ନେବା ଦର୍ଶାଇ ସୁଜାତା ନଭେମ୍ବର ୨୬ତାରିଖ ପର୍ଯ୍ୟନ୍ତ ଛୁଟି ମାଗିଥିଲେ। ସଏହି ଆବେଦନକୁ ତତକାଳୀନ ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା ଅନୁମୋଦନ କରିଥିଲେ।
ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ମହାନ୍ତି ଆଜି ୨୦୦୦ ବ୍ୟାଚ୍ ଆଇଏଏସ୍ ସୁଜାତାଙ୍କୁ ଚିଠି ଲେଖି ତାଙ୍କର ଛୁଟି ଆବେଦନ ଖାରଜ ହେବା ସମ୍ପର୍କରେ ସୂଚନା ଦେଇଛନ୍ତି। ସୁଜାତା ନଭେମ୍ବର ୨୭ରୁ ଆଉ ୬ମାସ ପାଇଁ ଛୁଟିରେ ରହିବାକୁ ଗତ ନଭେମ୍ବର ୪ତାରିଖରେ ମୁଖ୍ୟ ସଚିବଙ୍କୁ ଲିଖିତ ଅନୁରୋଧ କରିଥିଲେ। ତାଙ୍କୁ ଅଧିକ ଛୁଟି ଦେବା ପାଇଁ ସରକାର ରାଜି ନଥିବା ନେଇ ଲିଖିତ ଅବଗତ ସହ ନଭେମ୍ବର ୨୭ରୁ କାର୍ଯ୍ୟରେ ଯୋଗ ଦେବାକୁ କହିଛନ୍ତି।

ଉଲ୍ଲେଖଯୋଗ୍ୟ, ସୁଜାତାଙ୍କୁ ଗତ ମେ’ ୩୧ତାରିଖରୁ ନଭେମ୍ବର ୨୬ତାରିଖ ପର୍ଯ୍ୟନ୍ତ ୧୮୦ ଦିନର ଛୁଟି ଅନୁମତି ଦିଆଯାଇଥିଲା। ତାଙ୍କ ସନ୍ତାନର ଯତ୍ନ ପାଇଁ ସେ ଛୁଟି ନେଇଥିବା ଜାଣିବାକୁ ମିଳିଥିଲା। ଏହି ଛୁଟି ଅବଧି ମଧ୍ୟରେ ସୁଜାତାଙ୍କୁ ସମ୍ପୂର୍ଣ୍ଣ ଦରମା ମଧ୍ୟ ମିଳୁଥିଲା। ସର୍ବଭାରତୀୟ ସେବା ରୁଲସ-୧୯୫୫ର ରୁଲ-୧୮(ଘ)ରେ ଥିବା ପ୍ରାବଧାନ ଆଧାରରେ ସେ ତାଙ୍କ ଝିଅର ଦଶମ ପରୀକ୍ଷା ପାଇଁ ରାଜ୍ୟ ସରକାରଙ୍କୁ ଛୁଟି ଆବେଦନ କରିଥିଲେ। ସାଧାରଣ ନିର୍ବାଚନ ସମୟରେ ବିଜେଡିକୁ ସହଯୋଗ କରୁଥିବା ଅଭିଯୋଗରେ ସୁଜାତାଙ୍କୁ ମିଶନ ଶକ୍ତି ସଚିବ ପଦରୁ ହଟାଇ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଥିଲା।

Leave A Reply

Your email address will not be published.