ପ୍ରମୁଖ ଖବର

ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର

ବିଧାୟକଙ୍କୁ ଆକ୍ରମଣ ଘଟଣାରେ ୧୦ ଅଭିଯୁକ୍ତଙ୍କ ଜାମିନ୍ ଆବେଦନ ଶୁଣାଣି ସ୍ଥଗିତ

0

ଯାଜପୁର: ଯାଜପୁର ଧର୍ମଶାଳା ବିଧାୟକ ହିଂମାଶୁ ସାହୁଙ୍କୁ ଆକ୍ରମଣ ମାମଲାରେ ଜାମିନ ଶୁଣାଣି ସ୍ଥଗିତ। ଜିଲ୍ଲା ଦୌରାଜଜଙ୍କ କୋର୍ଟରେ ହୋଇଥିବା ୧୦ ଜଣ ଅଭିଯୁକ୍ତଙ୍କ ଜାମିନ୍ ଆବେଦନ ଶୁଣାଣି ସ୍ଥଗିତ ରଖାଯାଇଛି। ତଦନ୍ତ ଭାର ନେଇଥିବା କ୍ରାଇମ ବ୍ରାଞ୍ଚଙ୍କୁ ସବିଶେଷ ତଥ୍ୟ ମାଗିଛନ୍ତି କୋର୍ଟ । ତଥ୍ୟ ଆସିବା ପରେ ପୁଣି ଥରେ ଶୁଣାଣି ହେବ ବୋଲି ସୂଚନା ରହିଛି।

ସେପଟେ ତୃତୀୟ ଦିନରେ କ୍ରାଇମବ୍ରାଞ୍ଚ ଯାଜପୁର ଟାଉନ ଥାନାରେ ପହଞ୍ଚି ସିସିଟିଭି ଫୁଟେଜ୍ ଯାଞ୍ଚ କରିବାପରେ ଜିଲ୍ଲା ଦୌରାଜଜଙ୍କ କୋର୍ଟରେ ପହଞ୍ଚିଛନ୍ତି ଟିମ୍। ବିଧାୟକଙ୍କୁ ଆକ୍ରମଣରେ ଗିରଫ ହୋଇଥିବା ୧୪ ଜଣ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯାଇଥିଲା। ଏହା ସହ କ୍ରାଇମବ୍ରାଞ୍ଚ ସ୍ପେଶାଲ ପବ୍ଲିକ ପ୍ରସିକ୍ୟୁଟର ମଧ୍ୟ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ଗତ ୨୦ ତାରିଖରେ ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ ଉପରେ ବୁଢ଼ାଘାଟ ଠାରେ ଆକ୍ରମଣ ଘଟଣାକୁ କେନ୍ଦ୍ର କରି ଯାଜପୁର ସହରରେ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା। ୨୧ ତାରିଖରେ ମା’ ବିରଜା ହାଟ ପୁନଃ ଅବସ୍ଥାନକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାକୁ କେନ୍ଦ୍ର କରି ସିଂହପୁର-ଯାଜପୁର ରାସ୍ତାକୁ ଦୀର୍ଘ ସମୟ ଧରି ଅବରୋଧ କରିଥିଲେ କିଛି ଲୋକେ। ଏହି ଘଟଣାରେ ଯାଜପୁର ସଦର ଥାନା ପୁଲିସ ଓ ଯାଜପୁର ଟାଉନ ପୁଲିସ ୧୭ଟି ମାମଲା ରୁଜୁ କରି ୧୯ ଜଣଙ୍କୁ ଗିରଫ କରିଛି।

Leave A Reply

Your email address will not be published.