ପ୍ରମୁଖ ଖବର

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ୍ ଦୁର୍ଘଟଣା; ୨ ମୃତ, ଅନେକ ଆହତ
ମୁଖ୍ୟମନ୍ତ୍ରୀଙ୍କ ପତାକା ପ୍ରଦର୍ଶନରେ ଆରମ୍ଭ ହେଲା ‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’
୨୦ ଜୁନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି, ପ୍ରକାଶ ପାଇଲା ମିନିଟ୍‌-ଟୁ-ମିନିଟ୍ କାର୍ଯ୍ୟସୂଚୀ
ନିର୍ମାଣାଧୀନ ପୋଲ ତଳକୁ ଖସିଗଲା ବାଇକ, ୨ ଯୁବକଙ୍କ ମୃତ୍ୟୁ
୧୮ରୁ ଖୋଲିବ ସମସ୍ତ ସ୍କୁଲ, ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ସ୍ପଷ୍ଟ କଲେ ଗଣଶିକ୍ଷା ମନ୍ତ୍ରୀ

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଗଞ୍ଜାମ ଜିଲ୍ଲା ସିଡିପିଓ

0

ବେଗୁନିଆପଡ଼ା: ଲାଞ୍ଚ ନେବା ପଡିଲା ମହାଙ୍ଗା। ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ସିଡିପିଓ ସନ୍ଧ୍ୟାରାଣୀ ପାଣିଗ୍ରାହୀ। ତାଙ୍କଠାରୁ ୧୨ ହଜାର ଟଙ୍କା ଜବତ କରିଛନ୍ତି ଭିଜିଲାନ୍ସ ଅଧିକାରୀ। ସୂଚନା ଅନୁସାରେ ଏକ ଅଙ୍ଗନବାଡ଼ି କେନ୍ଦ୍ରର କର୍ମଚାରୀଙ୍କ ବକେୟା ଅର୍ଥ ପ୍ରଦାନ କରିବା ପାଇଁ ସିଡିପିଓ ସନ୍ଧ୍ୟାରାଣୀ ପାଣିଗ୍ରାହୀ ୧୨ ହଜାର ଟଙ୍କା ଲାଞ୍ଚ ମାଗିଥିଲେ।

ଏନେଇ ଉକ୍ତ କର୍ମଚାରୀ ଭିଜିଲାନ୍ସକୁ ଜଣାଇଥିଲେ। ଭିଜିଲାନ୍ସର ଯୋଜନା ପ୍ରକାରେ ଆଜି ଉକ୍ତ କର୍ମଚାରୀ ଜଣଙ୍କ ସିଡିପିଓ ସନ୍ଧ୍ୟାରଣୀ ପାଣିଗ୍ରାହୀଙ୍କୁ ତାଙ୍କ ଅଫିସରେ ୧୨ ହଜାର ଟଙ୍କା ଦେଇଥିଲେ। ସିଡିପିଓ ଲାଞ୍ଚ ଟଙ୍କା ନେବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ। ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଥିଲା। ସିଡିପିଓ ସନ୍ଧ୍ୟାରଣୀ ପାଣିଗ୍ରାହୀ ଲାଞ୍ଚ ନେଇ ଧରାପଡ଼ିବା ପରେ ଭିଜିଲାନ୍ସ ପକ୍ଷରୁ ତାଙ୍କର ତିନିଟି ଠିକଣାରେ ଚଢ଼ାଉ କରାଯାଇଛି। ସେ ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ସନ୍ଦେହରେ ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଇଛି। ଏହି ଘଟଣାରେ ଭିଜିଲାନ୍ସର ତଦନ୍ତ ଜାରି ରହିଛି।

Leave A Reply

Your email address will not be published.