ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବସ ମାଲିକ ସଂଘ ସଭାପତିଙ୍କୁ ଛୁରାମାଡ଼

0

କୋରାପୁଟ: କୋରାପୁଟ ବସଷ୍ଟାଣ୍ଡରେ ଛୁରାମାଡ଼। ବସ ଟାଇମିଂକୁ ନେଇ ବୁଧବାର ଅପରାହ୍ନରେ କୋରାପୁଟ ଘରୋଇ ମାଲିକ ସଂଘ ସଭାପତି ଏସ୍‌. କାସିମଙ୍କୁ କିଛି ଦୁର୍ବୃତ୍ତ ଛୁରାମାଡ଼ କରି ଫେରାର ହୋଇଯାଇଥିବା ଜଣାପଡ଼ିଛି। ଆଜି ଅପରାହ୍ନ ପ୍ରାୟ ୨ଟା ବେଳେ କୋରାପୁଟ ବସ୍‌ଷ୍ଟାଣ୍ଡରେ ତାଙ୍କ ଉପରେ ଏହି ଆକ୍ରମଣ ହୋଇଛି। ତାଙ୍କ ଡାହାଣ କାନ୍ଧରେ ଆଘାତ ଲାଗିଥିବା ବେଳେ କୋରାପୁଟ ମେଡିକାଲ କଲେଜ ଓ ହସ୍‌ପିଟାଲରେ ତାଙ୍କର ଚିକିତ୍ସା କରାଯାଇଛି।
ସୂଚନା ଅନୁଯାୟୀ , ବସ୍‌ ସମୟକୁ ନେଇ କୋରାପୁଟ ଘରୋଇ ବସ୍‌ ମାଲିକ ସଂଘରେ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଦେଖାଯାଇଥିଲା। ଗତକାଲିଠାରୁ ବିବାଦ ଆରମ୍ଭ ହୋଇଥିବା ବେଳେ ଘଟଣାର ସମାଧାନ ପାଇଁ ଆଜି ସଂଘର ସଭାପତି ଶେଖ କାସିମ ନିଜେ ବସ୍‌ଷ୍ଟାଣ୍ଡକୁ ଆସିଥିଲେ। ଗୋଟିଏ ଗୋଷ୍ଠୀର ବସ୍‌ ମାଲିକଙ୍କ ସହିତ ସେ ଆଲୋଚନା କରୁଥିବା ବେଳେ ହଠାତ୍ ୫ରୁ ୮ ଜଣ ତାଙ୍କୁ ପଛପଟୁ ଆକ୍ରମଣ କରିଥିଲେ। ସେମାନେ ତାଙ୍କ କାନ୍ଧରେ ଛୁରୀ ଭୁଷି ଦେଇଥିଲେ। ଏହା ପରେ ସେମାନେ ବାଇକ୍‌ରେ ସେଠାରୁ ଫେରାର ହୋଇଯାଇଥିଲେ। ଏ ନେଇ କୋରାପୁଟ ଟାଉନ୍‌ ଥାନାରେ ଏକ ଲିଖିତ ଏତଲା ପ୍ରଦାନ କରାଯାଇଛି। ଏତଲା ପାଇବା ପରେ ପୋଲିସ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି। ଅଭିଯୁକ୍ତ ଫେରାର ଥିବାରୁ ତାଙ୍କୁ ଖୋଜା ଚାଲିଛି।

Leave A Reply

Your email address will not be published.