ପ୍ରମୁଖ ଖବର

କିସ୍‍ ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନ
୧୦ ଶିକ୍ଷକଙ୍କ ଦରମା ବନ୍ଦ କଲେ ବିଇଓ
ଓଡ଼ିଶାରେ ଗତ ୨ ବର୍ଷରେ ୧୧,୩୩୭ ଶିଶୁ ନିଖୋଜ
୪ ନମ୍ୱର ଆମିଷ ବଜାରରୁ ହଟିବ ସମସ୍ତ ଜବରଦଖଲ
ରୋଗୀସେବାରେ ସାମିଲ ହେବ ୨୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ
ଅନେକ ପ୍ରେରଣା ଆଣିଛି ନଭେମ୍ବର ମାସ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

କାର୍ଯ୍ୟରେ ଯୋଗ ଦେଲେ ସୁଜାତା କାର୍ତ୍ତିକେୟନ

0

ଭୁବନେଶ୍ବର: ମିଳିଲାନି ଛୁଟି, ଆଜି କାର୍ଯ୍ୟରେ ଯୋଗଦେଲେ ଆଇଏଏସ୍‌ ସୁଜାତା କାର୍ତ୍ତିକେୟନ। ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଭାବେ ଯୋଗ ଦେଇଛନ୍ତି ସୁଜାତା। ୬ ମାସ ଛୁଟିରୁ ଫେରିବା ପରେ ଆଜି ଚାକିରିରେ ଯୋଗ ଦେଇଛନ୍ତି। ଗତକାଲି ସୁଜାତା କାର୍ତ୍ତିକେୟନଙ୍କ ସାନି ଛୁଟି ଆବେଦନ ଅଗ୍ରାହ୍ୟ କରିଥିଲେ ମୋହନ ସରକାର । ଆଜିଠାରୁ ଯୋଗ ଦେବାକୁ କହିଥିଲେ।

୨୦୦୦ ବ୍ୟାଚର ବରିଷ୍ଠ ଆଇଏଏସ ଅଧିକାରୀ ସୁଜାତା କାର୍ତ୍ତିକେୟନ ବୁଧବାର କାର୍ଯ୍ୟରେ ଯୋଗଦେଇଛନ୍ତି। ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଭାବେ କାର୍ଯ୍ୟରେ ଯୋଗ ଦେଇଥିବା ସୂଚନା ମିଳିଛି। ସୁଜାତାଙ୍କୁ ନେଇ ପ୍ରଶାସନିକ ସ୍ତରରେ ଜୋରଦାର ଚର୍ଚ୍ଚା ଚାଲି ଥିବାବେଳେ ତାଙ୍କୁ ମଙ୍ଗଳବାର ବଡ଼ ଝଟ୍‌କା ଲାଗିଥିଲା। ୨୭ ତାରିଖ ଅର୍ଥାତ ବୁଧବାରଠାରୁ ତାଙ୍କୁ କାର୍ଯ୍ୟରେ ଯୋଗ ଦେବକୁ ଥିବା ବେଳେ ସେ ଆଉ ସେ ୬ ମାସ ଛୁଟି ଆବେଦନ କରିଥିଲେ। ତେବେ ତାଙ୍କ ଛୁଟିକୁ ନାଁ କରିଦେଲେ ମୋହନ ସରକାର। ୨୭ ତାରିଖ ଅର୍ଥାତ ବୁଧବାରଠାରୁ ତାଙ୍କୁ କାର୍ଯ୍ୟରେ ଯୋଗ ଦେବକୁ ନିର୍ଦ୍ଦେଶ ଦିଆଯାଇଥିଲା। ଆଇଏଏସ୍‌ କାର୍ତ୍ତିକେୟନ ମେ ୩୧ରୁ ଛୁଟିରେ ଯାଇଥିବା ବେଳେ ଆଉ ୬ ମାସ ଛୁଟିରେ ରହିବାକୁ ଚାହୁଁଥିଲେ। ନବୀନ ସରକାର ସମୟରେ ସୁଜାତା କାର୍ତ୍ତିକେୟନ ମିଶନ ଶକ୍ତି ବିଭାଗର ମୁଖ୍ୟ ଥିଲେ । ନିର୍ବାଚନ ସମୟରେ ତାଙ୍କୁ ବଦଳି କରିଯାଇ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ପୋଷ୍ଟିଂ କରାଯାଇଥିଲା ।

Leave A Reply

Your email address will not be published.