ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ରାଜ୍ୟର ୫୮ ଟି ସବଡିଭିଜନରେ ହେବ ଶୀତଳ ଭଣ୍ଡାର

0

ଭୁବନେଶ୍ବର: ଚାଷୀଙ୍କ ପାଇଁ ଖୁସି ଖବର। ବିଧାନସଭାରେ ଆଶ୍ୱସ୍ତି ଖବର ଆଣିଲେ ଉପମୁଖ୍ୟମନ୍ତ୍ରୀ। କହିଲେ, ରାଜ୍ୟର ୫୮ ଟି ସବଡିଭିଜନରେ ହେବ ଶୀତଳ ଭଣ୍ଡାର। ରାଜ୍ୟର ୫୮ଟି ସବଡିଭିଜନ୍‌ରେ ଶୀତଳଭଣ୍ଡାର ପ୍ରତିଷ୍ଠା ପାଇଁ ଯୋଜନା କରୁଛନ୍ତି ରାଜ୍ୟ ସରକାର। ବିଧାନସଭା ପ୍ରଶ୍ନକାଳରେ କୃଷି ମନ୍ତ୍ରୀ କେ.ଭି ସିଂହଦେଓ ଏଭଳି ଉତ୍ତର ରଖିଛନ୍ତି।

ସବ୍‌ଡିଭିଜନରେ ଶୀତଳଭଣ୍ଡାର ପ୍ରତିଷ୍ଠା ଲାଗି ନିଷ୍ପତ୍ତି ନିଆଯାଇଛି। ଆବଶ୍ୟକତା ଦେଖି ପିପିପି ମୋଡ୍‌ରେ ହେବ ହାଇବ୍ରିଡ୍ କୋଲ୍ଡ ଷ୍ଟୋରେଜ୍। ରାଜ୍ୟ ବିଧାନସଭା ଶୀତାକାଳୀନ ଅଧିବେଶନର ଆଜି ଦ୍ୱିତୀୟ ଦିନ। ଆଜି ବୈଠକ ଆରମ୍ଭରେ ଚାଲିଥିବା ପ୍ରଶ୍ନକାଳରେ ଏହି ଭଲ ଖବର ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଦନ ସିଂଦେଓ ସେ କହିଛନ୍ତି, ରାଜ୍ୟର ୫୮ ଟି ସବଡିଭିଜନରେ ଶୀତଳଭଣ୍ଡାର ନିର୍ମାଣ ପାଇଁ ରାଜ୍ୟ ସରକାର ଯୋଜନା କରିଛନ୍ତି।

ଏହି ଶୀଳତଭଣ୍ଡାରଗୁଡିକ ପିପିପି ମୋଡରେ ନିର୍ମାଣ କରାଯିବ। ଯଦି ଆଉ ଶୀତଳଭଣ୍ଡାରର ଆବଶ୍ୟକତା ସରକାର ଅନୁଭବ କରନ୍ତି ତେବେ ପିପିପି ମୋଡରେ ହାଇବ୍ରିଡ କୋଲଡ ଷ୍ଟୋରେଜ ନିର୍ମାଣ ପାଇଁ ଯୋଜନା କରାଯିବ ବୋଲି କେ.ଭି ସିଂଦେଓ ସୂଚାନ ଦେଇଛନ୍ତି।

Leave A Reply

Your email address will not be published.