ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଚତୁର୍ଥ ଥର ଶପଥ ନେଲେ ହେମନ୍ତ ସୋରେନ

0

ଝାଡ଼ଖଣ୍ଡ: ଝାଡ଼ଖଣ୍ଡ ୧୪ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ନେତା ହେମନ୍ତ ସୋରେନ। ରାଞ୍ଚିର ମୋରହାବାଦି ମୈଦାନରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ଝାଡ଼ଖଣ୍ଡ ରାଜ୍ୟପାଳ ସନ୍ତୋଷ କୁମାର ଗଙ୍ଗୱାର ହେମନ୍ତ ସୋରେନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଗୁରୁବାର ସେ ଚତୁର୍ଥ ଥର ପାଇଁ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହୋଇଛନ୍ତି।

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ବହୁ ସଂଖ୍ୟା ଭୋଟ୍‌ରେ ଜିତିଥିବା ହେମନ୍ତ ସୋରେନ ଗୁରୁବାର ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି। ଏହି ଶପଥ ଗ୍ରହଣ ସମାରୋହରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ, ଏଏପିର ରାଷ୍ଟ୍ରୀୟ ସଂଯୋଜକ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ, ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବତ ମାନ, ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଉପସ୍ଥିତ ଥିଲେ। ଏହା ସହିତ ଜେଏମ୍‌ଏମ୍‌ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶିବୁ ସୋରେନ ଏବଂ ତାଙ୍କ ସ୍ତ୍ରୀ ରୁପି ସୋରେନ ମଧ୍ୟ ଶପଥ ଗ୍ରହଣ ଉତ୍ସବରେ ଉପସ୍ଥିତ ଥିଲେ। ସମାରୋହରେ ଯୋଗ ଦେଇଥିବା ସମସ୍ତ ନେତାଙ୍କୁ ହେମନ୍ତଙ୍କ ସ୍ତ୍ରୀ କଳ୍ପନା ସୋରେନ ସ୍ବାଗତ କରିଥିଲେ।

Leave A Reply

Your email address will not be published.