ପ୍ରମୁଖ ଖବର

ବନ୍ୟା ପରିଚାଳନା ପାଇଁ ୩ ବରିଷ୍ଠ ଆଇଏଏସ ଅଧିକାରୀ ନିୟୋଜିତ
ହର୍ମୁଜ୍ ପ୍ରଣାଳୀରେ ଜାହାଜ ଚଳାଚଳ ନେଇ ଇରାନ-ଓମାନ ମଧ୍ୟରେ ସହମତି
ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି: ‘ସଦୈବ ଅଟଳ’ରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସମ୍ଭାବ୍ୟ ବନ୍ୟା ପାଇଁ ଭଦ୍ରକରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍

ଦୁର୍ଦ୍ଦାନ୍ତ ନକ୍ସଲ ବିଜା ମାଡ଼ଭିର ଆତ୍ମସମର୍ପଣ

0

କନ୍ଧମାଳ: ଦୁର୍ଦ୍ଦାନ୍ତ ନକ୍ସଲ ବିଜା ମାଡ଼ଭି ଆଜି କନ୍ଧମାଳ ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ତାଙ୍କ ଘର ଛତିଶଗଡ଼ର ସୁକମା ଜିଲ୍ଲାରେ। ତାଙ୍କଠାରୁ ଗୋଟିଏ ପିସ୍ତଲ ଓ ଦୁଇଟି ଗୁଳି ଜବତ କରାଯାଇଛି। ସୁରକ୍ଷା ବାହିନୀଙ୍କ ଲଗାତାର ଚଢ଼ାଉ ଫଳରେ କନ୍ଧମାଳ ଜିଲାରେ ମାଓ ଦୁର୍ଗ ଭୁଷୁଡ଼ିବାରେ ଲାଗିଛି। ଚଳିତ ବର୍ଷ ବୌଦ୍ଧ, କନ୍ଧମାଳ ଜିଲାରେ ପୁଲିସ ଗୁଳିରେ ୪ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଥିବାବେଳେ ଗୁରୁବାର କ୍ୟାଡର ମାଓବାଦୀ ବିଜା ମାଡ଼ଭି କନ୍ଧମାଳ ପୁଲିସ ନିକଟରେ ଆତ୍ମସମର୍ପଣ କରିଛି।

ପୁଲିସ ଲଗାତାର ଭାବେ କମ୍ବିଂ ଅପରେସନ କରୁଥିବାରୁ ଓ ନକ୍ସଲଙ୍କ ପ୍ରତି ଲୋକଙ୍କ ସମର୍ଥନ କମୁଥିବାରୁ ବିଜା ମାଡ଼ଭି ପୁଲିସ ପାଖରେ ଆତ୍ମ ସମର୍ପଣ କରିଛନ୍ତି । ବିଜା ମାଡ଼ଭି ୬ ବର୍ଷ ଧରି ନକ୍ସଲ ସଂଗଠନରେ ସାମିଲ ଥିଲେ। ସେ ପ୍ରାୟ ୧୦ଟି ପୁଲିସ-ନକ୍ସଲ ଗୁଳି ବିନିମୟ ଘଟଣାରେ ସେ ସମ୍ପୃକ୍ତ ରହିଥିଲେ। ଛତିଶଗଡ଼ ସୁକମା ଜିଲା କିସ୍ତାରାମ ଥାନା ଅନ୍ତର୍ଗତ ମଙ୍ଗଳଗୁଡା ଗ୍ରାମର ବିଜା ୨୦୧୮ ମସିହାରୁ ମାଓ ସଙ୍ଗଠନର ଦରବା ଡିଭିଜନରେ ସାମିଲ ହୋଇ ପଶ୍ଚିମ ବସ୍ତର, ମାଦ ଏବଂ ଉତ୍ତର ବସ୍ତର ଅଞ୍ଚଳରେ କାର୍ଯ୍ୟ କରି ଆସୁଥିଲେ। ୨୦୨୦ ମସିହାରେ ସେ ଓଡ଼ିଶା କ୍ୟାଡରକୁ ଆସି ଅଷ୍ଟମ କମ୍ପାନୀ(କାଡାମ ଏରିଆ କମିଟି)ର ସଦସ୍ୟ ଭାବେ ନୂଆପଡା ଅଞ୍ଚଳରେ ସକ୍ରିୟ ରହିଥିଲେ। ଏବେ ସେ କନ୍ଧମାଳ ଜିଲାର ରାହୁଲ ଏରିଆ କମିଟିର ସଦସ୍ୟ ଭାବେ କାର୍ଯ୍ୟ କରୁଥିଲେ।

Leave A Reply

Your email address will not be published.