ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଚଳଚ୍ଚିତ୍ର ‘ସାବରମତୀ ରିପୋର୍ଟ’କୁ କରମୁକ୍ତ କଲେ ଓଡିଶା ସରକାର

0

ଭୁବନେଶ୍ବର: ବଲିଉଡ୍‌ ଚଳଚ୍ଚିତ୍ର ‘ସାବରମତୀ ରିପୋର୍ଟ’କୁ ଓଡ଼ିଶାରେ କରମୁକ୍ତ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଚଳଚ୍ଚିତ୍ର ‘ସାବରମତୀ ରିପୋର୍ଟ’ ସତ୍ୟ ଘଟଣା ଉପରେ ଆଧାରିତ ହୋଇଛି। କିଛି ସ୍ଵାର୍ଥବାଦୀ ବ୍ୟକ୍ତିଙ୍କ ନିଜସ୍ୱ ସ୍ଵାର୍ଥ ପୂରଣ ଏବଂ ଅସ୍ଥିରତା ସୃଷ୍ଟି ପାଇଁ ଗୋଧ୍ରା ଅଗ୍ନିକାଣ୍ଡରେ କିଭଳି ଭାବରେ କାରସେବକଙ୍କୁ ଜୀବନ୍ତ ଦଗ୍ଧ କରାଯାଇଥିଲା ତାହା ଏହି ଚଳଚ୍ଚିତ୍ର ମାଧ୍ୟମରେ ଦର୍ଶାଯାଇଛି। ଏହି ଚଳଚ୍ଚିତ୍ର ଅତୀତର ଏଭଳି ଏକ ଲୋମହର୍ଷଣକାରୀ, ହୃଦୟ ବିଦାରକ ସତ୍ୟ ଘଟଣାକୁ ଲୋକଙ୍କ ନିକଟରେ ପହଞ୍ଚାଇବ ଏବଂ ସାଧାରଣ ଜନତା ଅଧିକ ସଚେତନ ହେବେ।

ଆଜି ରାଜ୍ୟ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀଙ୍କ ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି, “ସତ୍ୟଘଟଣା ଉପରେ ଆଧାରିତ ହିନ୍ଦି ଚଳଚ୍ଚିତ୍ର ‘ଦି ସାବରମତୀ ରିପୋର୍ଟ’ ଯାହାକି ୨୦୦୨ ଫେବୃଆରୀ ୨୭ତାରିଖର ଗୋଧ୍ରା ରେଳପୋଡ଼ି ଘଟଣା ଉପରେ ପର୍ଯ୍ୟବେସିତ। ଏହି ମର୍ମନ୍ତୁଦ ଘଟଣା ଉପରେ ଆଧାରିତ ଚଳଚ୍ଚିତ୍ରଟି ଏବେ ଓଡ଼ିଶାରେ ପ୍ରଦର୍ଶିତ ହେଉଛି। ଏହି ଚଳଚ୍ଚିତତ୍ରର ଗୁଣାତ୍ମକ ତଥା ଭାବାତ୍ମକ କାହାଣୀ ଦୃଷ୍ଟିରୁ ଚଳଚ୍ଚିତ୍ରଟିକୁ ଅଧିକ ଲୋକ ଦେଖିବା ଆବଶ୍ୟକ। ଓଡ଼ିଶାର ଜନସାଧାରଣଙ୍କ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଆଦେଶରେ ଏହି ଚଳଚ୍ଚିତ୍ରଟିକୁ ଓଡ଼ିଶାରେ କରମୁକ୍ତ କରାଗଲା।

ସୂଚନାଯୋଗ୍ୟ, ଏହି ସିନେମାକୁ କରମୁକ୍ତ ଘୋଷଣା କରିବାରେ ଓଡ଼ିଶା ହେଉଛି ସପ୍ତମ ବିଜେପିଶାସିତ ରାଜ୍ୟ। ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ଛତିଶଗଡ଼, ରାଜସ୍ଥାନ, ହରିୟାଣା ଓ ଗୁଜୁରାଟ ପରେ ଓଡ଼ିଶା ସରକାର ଏହି ସିନେମାକୁ ଟିକସମୁକ୍ତ ଘୋଷଣା କରିଛନ୍ତି। ଏହି ସିନେମାକୁ ଟିକସମୁକ୍ତ କରାଯିବା ଘୋଷଣା ମଧ୍ୟ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଆଜି ବିଧାନସଭାରେ ଘୋଷଣା କରିଛନ୍ତି।

Leave A Reply

Your email address will not be published.