ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

୫ ବର୍ଷରେ ପୂରଣ ହେବ ଦେଢ଼ ଲକ୍ଷ ପଦବୀ : ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର: ୫ ବର୍ଷରେ ପୂରଣ ହେବ ଦେଢ଼ ଲକ୍ଷ ପଦବୀ। ଯାହା ସବୁ ପଦବି ଖାଲି ରହିଛି ଏବଂ ଆବଶ୍ୟକ ଥିବା ପଦବି ଦରକାର ଅଛି ସେଥିପାଇଁ ବ୍ୟବସ୍ଥା କରାଯାଉଛି। ୧୦,୦୦୦ ପଦବି ଶୀଘ୍ର ପୂରା କରିବା ପାଇଁ ସରକାର ପଦକ୍ଷେପ ନେଇଛନ୍ତି। ଭୁବନେଶ୍ୱରରେ ଆୟୋଜିତ ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ସନ୍ଧ୍ୟାରେ ଏହା କହିଛନ୍ତି।

ଓଡ଼ିଶା କୃଷି ଏବଂ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର କୃଷି ଶିକ୍ଷା ସଦନରେ ଆୟୋଜିତ ସମାରୋହରେ ରାଜ୍ୟ ସରକାର ଆଜି ୯୪୧ ଜଣଙ୍କୁ ଅଗ୍ନିଯୋଦ୍ଧାଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ଏହି ଅବସରରେ ନବନିଯୁକ୍ତ ପ୍ରାର୍ଥୀଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ନୂତନ ଅଗ୍ନିଯୋଦ୍ଧାଙ୍କ ଯୋଗଦାନ ଦ୍ଵାରା ଆମ ସରକାର ଏବଂ ଏହି ବିଭାଗର ଶକ୍ତି ବୃଦ୍ଧି ପାଇବ। ଏହାଦ୍ବାରା ଆଗାମୀ ଦିନରେ ଆବଶ୍ୟକ ସମୟରେ ଜରୁରୀକାଳୀନ ସେବା ଯୋଗାଇଦେବା ପାଇଁ ଅଧିକ ଦକ୍ଷତାର ସହିତ ବିଭାଗ କାର୍ଯ୍ୟ କରିବ। ଏଥିସହିତ ଲୋକଙ୍କ ଧନ ଜୀବନ ସୁରକ୍ଷା ସୁନିଶ୍ଚିତ ହେବ।

ସେ ଆହୁରି କହିଛନ୍ତି, ୪ ବର୍ଷ ହେଲା ଯେଉଁମାନେ ଗୃହରକ୍ଷୀ ହେବାକୁ ଆଶା ରଖିଥିଲେ ଇଚ୍ଛା ଥିଲେ ମଧ୍ୟ ସେମାନେ କଟକଣା ପାଇଁ ଆଗକୁ ବଢ଼ିପାରୁ ନଥିଲେ। ସେବା କ୍ଷେତ୍ରରେ ଗୃହରକ୍ଷୀମାନଙ୍କର ମଧ୍ୟ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି। ୨୪୧୬ ଗୃହରକ୍ଷୀ ପଦବୀ ଖୁବ ଶୀଘ୍ର ପୂରଣ କରାଯିବ। ଏଥି ପାଇଁ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ସରକାରୀ ପଦବି ଯାହା ଖାଲି ରହିଛି, ତାକୁ ପୂରଣ କରାଯିବ।

Leave A Reply

Your email address will not be published.