ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ପୁଣି ହୋଇପାରେ ଆଳୁ ସଙ୍କଟ

0

ପଶ୍ଚିମବଙ୍ଗ ସୀମାରେ ଅଟକିଛି ଆଳୁ ଟ୍ରକ୍
ଭୁବନେଶ୍ବର: ଓଡ଼ିଶା-ପଶ୍ଚିମବଙ୍ଗ ସୀମାରେ ଅଟକିଛି ଶହଶହ ଆଳୁ ବୋଝେଇ ଟ୍ରକ୍। କିଛିଦିନ ପୂର୍ବରୁ ଆଳୁ ରାଜନୀତି ତେଜିଥିବାବେଳେ ଆଜି ପୁଣି ମମତାଙ୍କ ଗାଡି ଅଟକାଇଦେବା ମୋହନ ସରକାରଙ୍କ ମୁଣ୍ଡବିନ୍ଧାର କାରଣ ହୋଇପାରେ। ହୁ ହୁ ହୋଇ ବଢୁଥିବା ପରିବା ଦରକୁ ନିୟନ୍ତ୍ରଣ କରିବା ପାଇଁ ସରକାର ଅଣ୍ଟା କଷିଥିଲେ ମଧ୍ୟ ଦର ବଢି ଚାଲିଛି। ଏହାକୁ ନେଇ ଶାସକ-ବିରୋଧୀ ମୁହାଁମୁହିଁ ହେଉଛନ୍ତି। କିଛିଦିନ ପୂର୍ବରୁ ଆଳୁକୁ ନେଇ ଓଡ଼ିଶା ରାଜନୀତି ସରଗରମ ହୋଇଥିଲା। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଓ ବିରୋଧୀ ଦଳ ନେତାଙ୍କ ମଧ୍ୟରେ କଥା କଟାକଟି ପର୍ଯ୍ୟନ୍ତ କଥା ଯାଇଥିଲା। ତେବେ ବିଧାନସଭା ଚାଲିଥିବାବେଳେ ପୁଣି ଦିଦିଙ୍କ ଆଳୁଗାଡି ଅଟକାଇବାକୁ ନେଇ ଗୃହରେ ଆଳୁ ପ୍ରସଙ୍ଗ ଝଡ ସୃଷ୍ଟି କରିପାରେ।

ସୂଚନାଥାଉ କି, ବେଲଦାରେ ଶତାଧିକ ଆଳୁ ଟ୍ରକ ଅଟକି ରହିଛି। ଲକ୍ଷ୍ମଣନାଥ ଟୋଲ ଗେଟ୍‌ରୁ ୨୫ କିମି ଦୂରରେ ଅଟକିଛି ଆଳୁଗାଡ଼ି। ରାତିରୁ କାହିଁକି ଆଳୁ ଗାଡ଼ି ଅଟକି ରହିଛି ଜଣାପଡ଼ି ନାହିଁ। ଆଳୁ ଗାଡ଼ିକୁ ଜଗି ରହିଛନ୍ତି ପଶ୍ଚିମବଙ୍ଗ ପୋଲିସ।ବୁଧବାର ରାତିରୁ ଲକ୍ଷ୍ମଣନାଥ ଟୋଲ ଗେଟ୍‌ରୁ ୨୫ କିମି ଦୂରରେ ତଥା ବେଲଦାରେ ଶତାଧିକ ଆଳୁ ଟ୍ରକ୍ ଅଟକି ରହିଛି। ଆଳୁ ଗାଡ଼ିକୁ ଜଗି ରହିଛନ୍ତି ପଶ୍ଚିମବଙ୍ଗ ପୁଲିସ। ରାତିରୁ କାହିଁକି ଆଳୁ ଗାଡ଼ି ଅଟକି ରହିଛି ପ୍ରକୃତ କାରଣ ଜଣାପଡ଼ି ନାହିଁ।

ଆଳୁ ଦର ହ୍ରାସ ପାଇଁ ପଶ୍ଚିମବଙ୍ଗ ସରକାର ଏହି ପଦକ୍ଷେପ ନେଇଥିବା କୁହାଯାଉଛି। ପଶ୍ଚିମ ମେଦିନୀପୁର ଜିଲ୍ଲା ପୁଲିସ ନାକାରେ ଆଳୁ ଗାଡ଼ି ଅଟକ ରଖା ଯାଇଛି ।ଖାଲି ଓଡିଶା ନୁହେଁ ପ୍ରଶାସନ ଅନ୍ୟ ରାଜ୍ୟକୁ ମଧ୍ୟ ଆଳୁ ରପ୍ତାନି ବନ୍ଦ କରିଦେଇଥିବା ଜଣାଯାଇଛି।

Leave A Reply

Your email address will not be published.