ପ୍ରମୁଖ ଖବର

ସୋଆର ୨୦ତମ ପ୍ରତିଷ୍ଠା ଦିବସରେ ବିଶ୍ୱବିଦ୍ୟାଳୟର ସଫଳତା, ଉତ୍କର୍ଷ ଓ ଅଗ୍ରଗତିର ସ୍ମୃତିଚାରଣ
ଏସସିବି ମେଡିକାଲ ଆଇସିୟୁ ଅଗ୍ନିକାଣ୍ଡ ଘଟଣା
ଆଉ ଦୁଇ ମାସ ବଢିଲା ଲକ୍ଷ୍ମୀଧର ବିଶ୍ୱାଳ କମିସନ କାର୍ଯ୍ୟକାଳ
ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପାଇଁ କ୍ୟାରିୟର ଗାଇଡାନ୍ସ
ବୋର୍ଡ ପରୀକ୍ଷା ପରେ କେଉଁ କ୍ଷେତ୍ରରେ କ୍ୟାରିୟର ଗଢିବେ ଛାତ୍ରଛାତ୍ରୀ, ସେ ଦିଗରେ ଦିଆଯିବ ପ୍ରଶିକ୍ଷଣ
ଆୟୁଷ୍ମାନ କାର୍ଡରେ ସ୍ବତନ୍ତ୍ର ସୁବିଧା ପାଇବେ କ୍ୟାନସର ରୋଗୀ
କ୍ୟାନସର ଆରୋଗ୍ୟ ଯୋଜନାରେ ମିଳିବ ସୁବିଧା
ଆୟୁଷ୍ମାନ କାର୍ଡରେ ଯୋଡି ହେବ ନୂଆ ୧୨୧ଟି ପ୍ୟାକେଜ
ରାଜ୍ୟ ପାଣ୍ଠିରୁ ଖର୍ଚ୍ଚ ହେବ ଟଙ୍କା, ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା
ପଞ୍ଚାୟତିରାଜ ବିଭାଗ ନାଁରେ ନକଲି ପଦୋନ୍ନତି ଆଦେଶ ଭାଇରାଲ, ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର
ଜିପିଡିଓ ଓ ପିଏଙ୍କ ପଦୋନ୍ନତି ନାଁରେ ଘୁରି ବୁଲୁଛି ନକଲି ଆଦେଶ
ଗୃହବିଭାଗକୁ ଏଫ୍‌ଆଇଆର୍‌ ଓ ସାଇବର ତଦନ୍ତ ପାଇଁ ଚିଠି ଲେଖିଲା ପଞ୍ଚାୟତିରାଜ ବିଭାଗ
ଆସନ୍ତାକାଲି ଶ୍ରୀମନ୍ଦିର ରତ୍ନଭଣ୍ଡାର ରତ୍ନ ଅଳଙ୍କାରର ଗଣତି ମଣତି
ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସ୍‌ରେ କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ
ଜଳନ୍ଧରରୁ ୬,୬୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
ସରିଲା ପ୍ରଥମ ପର୍ଯ୍ୟାୟ +୨ ନାମଲେଖା; ଏବେ ବି ଖାଲି ୨.୧୮ ଲକ୍ଷ ଆସନ
ଆର୍ଯ୍ୟନ୍‌ ଓ ପାଂଶୁଲ ନିଟ୍‌-ୟୁଜି ୨୦୨୬ର ଯୁଗ୍ମ ଟପ୍ପର୍‌, ଓଡ଼ିଶାର ସାତ୍ତ୍ୱିକ ପଟ୍ଟନାୟକଙ୍କ ଅଲ୍ ଇଣ୍ଡିଆ ରାଙ୍କ ୪୦
ଶରଧାବାଲିରେ ଲାଗିଲା ତିନି ରଥ; ଆସନ୍ତାକାଲି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧା ମୂର୍ତ୍ତି

୩ ଦିନିଆ ଓଡ଼ିଶା ଗସ୍ତରେ ପ୍ରଧାନମନ୍ତ୍ରୀ

0

ଭୁବନେଶ୍ବର: ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା ପ୍ରଧାନମନ୍ତ୍ରୀଙ୍କୁ ରିପୋର୍ଟ କାର୍ଡ ଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହାସହିତ ପ୍ରଧାନମନ୍ତ୍ରୀ ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ଯାଇ ସେଠାରେ ଦଳୀୟ ବିଧାୟକ,ଏମ୍‌ପି ଓ ମନ୍ତ୍ରୀଙ୍କ ସମେତ ବରିଷ୍ଠ କର୍ମକର୍ତ୍ତାଙ୍କ ସହ ରାତ୍ରିଭୋଜନ କରିବା ସମ୍ପର୍କରେ ଜଣାପଡିଛି। ୨୯ ତାରିଖ ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିବେ।

ଆଜି ଏ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦି ୨୯ତାରିଖ ଅପରାହ୍ନ ୪ଟା ୧୫ମିନିଟରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ସେଠାରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯିବ। ବିମାନ ବନ୍ଦର ନିକଟରେ ଏକ ସାଧାରଣ ସଭାକୁ ପ୍ରଧାନମନ୍ତ୍ରୀ ମୋଦି ସମ୍ବୋଧିତ କରିବେ। ସେଠାରୁ ସିଧାସଳଖ ରାଜଭବନ ଯିବେ। ସନ୍ଧ୍ୟା ସାଢ଼େ ୬ଟାରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପହଞ୍ଚି ପ୍ରାୟ ଦୁଇ ଘଣ୍ଟା ରହିବେ।

ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ଆରମ୍ଭ ପୂର୍ବରୁ ଗୃହମନ୍ତ୍ରୀ ଅମିତ ଶାହ ୨୯ ତାରିଖ ମଧ୍ୟାହ୍ନରେ ଭୁବନେଶ୍ବରରେ ପହଞ୍ଚି ଡିଜି ସମ୍ମିଳନୀକୁ ଉଦଘାଟନ କରିବେ। ତେବେ ଓଡ଼ିଶାରେ ତିନି ଦିନ ମୋଦି ଓ ଶାହ ରହିବା ରାଜନୈତିକ ମହଲରେ ବଡ଼ ଆଲୋଡନ ସୃଷ୍ଟି କରିଛି। ମୋଦି ଓ ଶାହଙ୍କ ଏହି ତିନିଦିନିଆ ଗସ୍ତ ରାଜ୍ୟରେ ନୂଆ ସମୀକରଣ ସୃଷ୍ଟି କରିପାରେ ବୋଲି ଚର୍ଚ୍ଚା ହେଉଛି।

ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ବୁଧବାର ପୂର୍ବାହ୍ନରେ ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ, ମୁଖ୍ୟ ସଚିବ ମନୋଜ ଆହୁଜା, ପୁଲିସ ଡିଜି ୱାଇବି ଖୁରାନିଆ ପ୍ରମୁଖ ଯାଇ ସୁରକ୍ଷା ବ୍ୟବସ୍ଥା ଓ ପ୍ରସ୍ତୁତି ଯାଞ୍ଚ କରିଛନ୍ତି।

Leave A Reply

Your email address will not be published.