ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଗିରଫ ‌ହେଲେ ପଦ୍ମନାଭ

0

କେନ୍ଦୁଝର: ଆୟ ବହିର୍ଭୂତ ସଂପତ୍ତି ଠୁଳ କରିବା ଅଭିଯୋଗରେ କେନ୍ଦୁଝରର କନିଷ୍ଠ ଖଣି ଅଧିକାରୀ ପଦ୍ମନାଭ ହୋତାଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ। ଗତକାଲି ତାଙ୍କର ଭୁବନେଶ୍ୱର, କେନ୍ଦୁଝର, ଯାଜପୁର ଓ ଭବାନୀପାଟଣା ସ୍ଥିତ ୭ଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଏହି ଚଢ଼ାଉ ବେଳେ ସେ ପୁଳା ପୁଳା ସମ୍ପତ୍ତି ଠୁଳ କରିଥିବା ଭିଜିଲାନ୍ସ ଜାଣିବାକୁ ପାଇଥିଲା।

କନିଷ୍ଠ ଖଣି ଅଧିକାରୀ ପଦ୍ମନାଭ ହୋତାଙ୍କର ୩ଟି ବହୁତଳ କୋଠା ରହିଥିବା ବେଳେ ସେଥିରୁ ଗୋଟିଏ ଚାରି ମହଲା ବିଶିଷ୍ଟ ଯାହା ଭୁବନେଶ୍ୱରରେ ଅଛି। ତାଙ୍କର ୨ଟି ବେନାମୀ ଫ୍ଲାଟ୍‌ ଓ ୧୪ଟି ପ୍ଲଟ୍‌ ଠାବ କରିଛି ଭିଜିଲାନ୍ସ। ୧୪ଟି ପ୍ଲଟ୍ ମଧ୍ୟରୁ ୪ଟି କଟକ ଓ ଭୁବନେଶ୍ୱରରେ ଥିବା ବେଳେ ବାକି ୧୦ଟି ଯାଜପୁର ଜିଲ୍ଲାର ଦାନଗଦିରେ ଅଛି। କେନ୍ଦୁଝର ଜିଲ୍ଲା ଘଷିପୁର ତହସିଲର ମଦନପୁରରେ ତାଙ୍କର ଏକ ଫାର୍ମ ହାଉସ୍ ଅଛି ଯାହା ୫ ଏକର ଜାଗା ଉପରେ ରହିଛି। ଫାର୍ମ ହାଉସ୍‌ରେ ହୋଇଥିବା ନିର୍ମାଣ କାର୍ଯ୍ୟ ଓ ଅନ୍ୟାନ୍ୟ ସଂପତ୍ତିର ମୂଲ୍ୟ ପ୍ରାୟ ୭୦ ଲକ୍ଷ ଟଙ୍କା ହେବ ବୋଲି ଭିଜିଲାନ୍ସ ପକ୍ଷରୁ କୁହାଯାଇଛି। ବ୍ୟାଙ୍କରେ ସେ ୫୩ ଲକ୍ଷ ଟଙ୍କା ଜମା ରଖିଥିବା ବେଳେ ତାଙ୍କ ଘରୁ ନଗଦ ୧ ଲକ୍ଷ ଟଙ୍କା ମିଳିଥିଲା। ତାଙ୍କ ଘରୁ ୩୦୦ ଗ୍ରାମ ସୁନା ଅଳଙ୍କାର ମିଳିଥିବା ବେଳେ ତାଙ୍କର ଗୋଟିଏ ଚାରି ଚକିଆ ଓ ୨ଟି ଦୁଇ ଚକିଆ ଗାଡ଼ି ଅଛି।

ସୂଚନାଯୋଗ୍ୟ, ଗତକାଲି ଭିଜିଲାନ୍ସ ପକ୍ଷରୁ ଶ୍ରୀ ହୋତାଙ୍କର କେନ୍ଦୁଝରର ଜଗନ୍ନାଥପୁର ସ୍ଥିତ ଦୁଇ ମହଲା ଘର, ଭୁବନେଶ୍ୱରର କୋରଡୋକଣ୍ଟା ସ୍ଥିତ ୪ ମହଲା କୋଠା, କେନ୍ଦୁଝରର ଘଷିପୁରା ତହସିଲର ମଦନପୁର ସ୍ଥିତ ଫାର୍ମ ହାଉସ୍, କେନ୍ଦୁଝରର ସ୍ଥିତ ଅଫିସ୍ ଚ୍ୟାମ୍ବର, ଭବାନୀପାଟଣାସ୍ଥିତ ଭଡ଼ା ଘର ସହିତ ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ବଳରାମପୁରରେ ତାଙ୍କ ସଂପର୍କୀୟଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ାଉ କରାଯାଇଥିଲା। 

Leave A Reply

Your email address will not be published.