ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଆରମ୍ଭ ହେଲା ଡିଜିପି ସମ୍ମିଳନୀ, ଉଦ୍‌ଘାଟନ କଲେ ଅମିତ ଶାହା

0

ଭୁବନେଶ୍ବର: ଭୁବନେଶ୍ବରରେ ଆରମ୍ଭ ହେଲା ଡିଜିପି ସମ୍ମିଳନୀ। ଭୁବନେଶ୍ୱର ଲୋକସେବା ଭବନରେ ଅନୁଷ୍ଠିତ ସର୍ବଭାରତୀୟ ୫୯ତମ ଡିଜି-ଆଇଜି ସମ୍ମିଳନୀକୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ବିଧିବଦ୍ଧ ଭାବେ ଉଦ୍‌ଘାଟନ କରିଛନ୍ତି।। ଏହି ଅବସରରେ ଉପସ୍ଥିତ ଅଛନ୍ତି ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନଏସଏ) ଅଜିତ ଡୋଭାଲ ତାଙ୍କ ସହ ଯୋଗ ଦେଇଛନ୍ତି ସମଗ୍ର ଦେଶର ଡିଜିପି ଓ ଆଇଜିପି। ସମ୍ମିଳନୀରେ ଦେଶର ଆଭ୍ୟନ୍ତରୀଣ ସୁରକ୍ଷାକୁ ନେଇ ବିଚାରବିମର୍ଶ କରାଯିବ। ଏହି ସମ୍ମିଳନୀ ୩ ଦିନ ଧରି ଚାଲିବ।

ରାଜଧାନୀରେ ସର୍ବଭାରତୀୟ ପୋଲିସ ଡିଜି-ଆଇଜି ସମ୍ମିଳନୀରେ ଯୋଗ ଦେବାକୁ କିଛି ସମୟ ପୂର୍ବରୁ ଭୁବନେଶ୍ଵରରେ ପହଞ୍ଚିଥିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ ଓ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନଏସଏ) ଅଜିତ ଡୋଭାଲ। ଏହି ଅବସରରେ କମିଶନରେଟ ପୋଲିସ ପକ୍ଷରୁ ବିମାନବନ୍ଦରରେ ଉଭୟଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା।

ସମ୍ମିଳନୀରେ ଯୋଗ ଦେବାକୁ ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାଏ ମଧ୍ୟ ଆସି ପହଞ୍ଚି ସାରିଛନ୍ତି। ଆଜି ସକାଳୁ ତେଲେଙ୍ଗାନା ଡିଜିପି ଓ ହାଇଦ୍ରାବାଦ ସ୍ଥିତ ନ୍ୟାସନାଲ ପୋଲିସ ଏକାଡେ଼ମୀର ନିର୍ଦ୍ଦେଶକ ଆସି ପହଞ୍ଚିଛନ୍ତି। ଆସାମ ଡିଜିପି, ପୁଡ଼ୁଚେରୀ ଡିଜିପି, ମିଜୋରାମ ଡିଜିପି, ଉତ୍ତରାଖଣ୍ଡ ଡିଜିପି ପହଁଚି ସାରିଛନ୍ତି। ମହାରାଷ୍ଟ୍ର ଡିଜିପି, ପଶ୍ଚିମବଙ୍ଗ ଡିଜିପି ଓ ହିମାଚଳ ପ୍ରଦେଶ ଡିଜିପି ଙ୍କ ସମେତ ପିଏମଓ ଅଫିସ୍ ର ବରିଷ୍ଠ ଅଧିକାରୀ ବି ପହଞ୍ଚିଛନ୍ତି।

ଆଉ କିଛି ସମୟ ପରେ ପହଞ୍ଚିବେ ପ୍ରଧନାମନ୍ତ୍ରୀ ନରେନ୍ଦ୍ର ମୋଦି। କଡ଼ା ସୁରକ୍ଷା ବଳୟରେ ରହିଛି ଭୁବନେଶ୍ଵର ବିମାନବନ୍ଦର । ସମସ୍ତଙ୍କ ସୁରକ୍ଷା ପାଇଁ କମିଶନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏପରି କି ଅତିଥିଙ୍କୁ ସ୍ବାଗତ ଓ ସହାୟତା ପାଇଁ ବିମାନବନ୍ଦରରେ କମିଶନରେଟ ପୋଲିସ ପକ୍ଷରୁ କ୍ୟାମ୍ପ ସାଙ୍ଗକୁ ୨ଟି ହେଲ୍ପ ଡେସ୍କ ଖୋଲାଯାଇଛି। ସେହିପରି ସହରର ସମସ୍ତ ଏଣ୍ଟ୍ରି ପଏଣ୍ଟକୁ ସିଲ୍ କରି ପୋଲିସ ଓ ବିଏସଏଫ କଡ଼ା ଯାଞ୍ଚ କରୁଛନ୍ତି।

Leave A Reply

Your email address will not be published.